ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା : ବାଇଡେନଙ୍କ ପରେ ଏବେ ରୁଷିଆ ଭାରତକୁ କଲା ସମର୍ଥନ…

ମସ୍କୋ,୨୫।୯ : ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ରୁଷିଆ ପୁଣି ଥରେ ଖୋଲାଖୋଲି ଭାବେ ଭାରତକୁ ସମର୍ଥନ କରିଛି। ମିଳିତ ଜାତିସଂଘର ସାଧାରଣ ସଭାରେ ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ କହିଛନ୍ତି ଯେ ସୁରକ୍ଷା ପରିଷଦକୁ ଅଧିକ ଗଣତାନ୍ତ୍ରିକ କରିବାର ସମ୍ଭାବନା ଆମେ ଦେଖୁଛୁ। ବିଶେଷ କରି ଭାରତ ଏବଂ ବ୍ରାଜିଲ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇବା ଉଚିତ ବୋଲି ସେ କହିଛନ୍ତି।

ଏହାପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭାରତ, ଜାପାନ ଏବଂ ଜର୍ମାନୀକୁ ୟୁଏନଏସସିର ସ୍ଥାୟୀ ସଦସ୍ୟ ହେବା ପାଇଁ ସମର୍ଥନ କରିଥିଲେ। ତେବେ ଏହି ଦିଗରେ ଏପର୍ଯ୍ୟନ୍ତ ଅନେକ କାର୍ଯ୍ୟ କରିବାକୁ ବାକି ଥିବା ସେ କହି୍‌ଥିଲେ।

ଭାରତ ସମେତ ଅନ୍ୟ ୩୧ ଟି ଦେଶ ମିଳିତ ବିବୃତ୍ତିରେ କହି ସାରିଛନ୍ତି ଯେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ତଥା ଅଣ-ସ୍ଥାୟୀ ସଦସ୍ୟଙ୍କ ବର୍ଗକୁ ଆହୁରି ବିସ୍ତାର କରାଯିବା ଉଚିତ। ଭାରତ କହିଛି, ସୁରକ୍ଷା ପରିଷଦର କାର୍ଯ୍ୟରେ ଅଧିକ ସଂସ୍କାରର ଆବଶ୍ୟକତା ରହିଛି।

ମିଳିତ ଜାତିସଂଘର ସାଧାରଣ ସଭାର ୭୭ ତମ ଅଧିବେଶନରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ମିଳିତ ଜାତିସଂଘ ସୁରକ୍ଷା ପରିଷଦର ମୁଖ୍ୟ ଶାସନ ସଚିବ ଆଣ୍ଟୋନିଓ ଗୁଟେରସଙ୍କୁ ଭେଟିଛନ୍ତି। ଏହି ସମୟରେ, ୟୁକ୍ରେନ ବିବାଦ ସମେତ ବିଶ୍ୱସ୍ତରୀୟ ଆହ୍ବାନ ଉପରେ ଉଭୟ ଆଲୋଚନା କରିଥିଲେ। ଟୁଇଟ କରି ୟଶଙ୍କର କହିଛନ୍ତି ଯେ ଜାତିସଂଘର ସେକ୍ରେଟେରୀ ଜେନେରାଲଙ୍କ ସହ ବିଶ୍ୱସ୍ତରୀୟ ଆହ୍ବାନ ଉପରେ ବ୍ୟାପକ ଆଲୋଚନା ହୋଇଛି। ୟୁକ୍ରେନ ବିବାଦ, ଜାତିସଂଘ ସଂସ୍କାର, ଜି -20, ଜଳବାୟୁ ପଦକ୍ଷେପ,ଖାଦ୍ୟ ନିରାପତ୍ତା ଏବଂ ବିକାଶ ପାଇଁ ଏହି କାର୍ଯ୍ୟସୂଚୀରେ ତଥ୍ୟ ଅନ୍ତର୍ଭୁକ୍ତ ସମ୍ପର୍କରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri