ରାଜ୍ୟ ସମବାୟ ବ୍ୟାଙ୍କ ଏମ୍‌ଡିଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ: ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ ନିଯୁକ୍ତି ଉପରେ ଗୁରୁବାର ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଏଥିସହ ସମବାୟ ନିବନ୍ଧକଙ୍କୁ ତୁରନ୍ତ ଦାୟିତ୍ୱ ହସ୍ତାନ୍ତର କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ବେଣୁମାଧବ ତ୍ରିପାଠୀଙ୍କ ପକ୍ଷରୁ ଦାଏର ଏହି ମାମଲାର ଶୁଣାଣି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କ ଖଣ୍ଡପୀଠରେ ହୋଇଥିଲା। ଆସନ୍ତା ଏପ୍ରିଲ ୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ପଦରୁ ଗୋପବନ୍ଧୁ ଶତପଥୀ ଅବସର ଗ୍ରହଣ କରିଥିଲେ। ପରେ ସରକାର ପୁଣି ୧ ବର୍ଷ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରାଗଲା ବୋଲି ୨୦୨୨ ମାର୍ଚ୍ଚ ୯ରେ ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ବେଆଇନ ଦର୍ଶାଇ ବେଣୁମାଧବ ହାଇକୋର୍ଟରେ ଏକ ମାମଲା ଦାଏର କରିଥିଲେ। ହାଇକୋର୍ଟ ମାମଲାର ବିଚାର କରି ଗତ ଜାନୁୟାରୀ ୨୫ରେ ତାଙ୍କ ପୁନଃ ନିଯୁକ୍ତିକୁ ରଦ୍ଦ କରିଦେଇଥିଲେ। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ବି ସେହି ଜାନୁୟାରୀ ୨୫ରେ ତାଙ୍କୁ ପୁନଃନିଯୁକ୍ତି ଦିଆଯିବା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ବେଣୁମାଧବ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲା ବିଚାର ପାଇଁ ଗ୍ରହଣ କରିବା ସହ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ରାଜ୍ୟ ସରକାର, ସମବାୟ ବ୍ୟାଙ୍କ ସମେତ ଅନ୍ୟମାନଙ୍କୁ ଜବାବ ଦେବାକୁ ନୋଟିସ୍‌ ଜରି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ପ୍ରଫୁଲ୍ଲ କୁମାର ରଥ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri