ରାଜ୍ୟ ସମବାୟ ବ୍ୟାଙ୍କ ଏମ୍‌ଡିଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ: ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

କଟକ ଅଫିସ,୧୭ା୨: ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ପଦରେ ଅବସରପ୍ରାପ୍ତ ପ୍ରଶାସକ ଗୋପବନ୍ଧୁ ଶତପଥୀଙ୍କ ପୁନଃ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଆଗତ ମାମଲାରେ ହାଇକୋର୍ଟ ନିଯୁକ୍ତି ଉପରେ ଗୁରୁବାର ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଏଥିସହ ସମବାୟ ନିବନ୍ଧକଙ୍କୁ ତୁରନ୍ତ ଦାୟିତ୍ୱ ହସ୍ତାନ୍ତର କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ବେଣୁମାଧବ ତ୍ରିପାଠୀଙ୍କ ପକ୍ଷରୁ ଦାଏର ଏହି ମାମଲାର ଶୁଣାଣି ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଏମ୍‌.ଏସ୍‌. ରମଣଙ୍କ ଖଣ୍ଡପୀଠରେ ହୋଇଥିଲା। ଆସନ୍ତା ଏପ୍ରିଲ ୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।ମାମଲାର ବିବରଣୀରୁ ପ୍ରକାଶ, ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ ପଦରୁ ଗୋପବନ୍ଧୁ ଶତପଥୀ ଅବସର ଗ୍ରହଣ କରିଥିଲେ। ପରେ ସରକାର ପୁଣି ୧ ବର୍ଷ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରାଗଲା ବୋଲି ୨୦୨୨ ମାର୍ଚ୍ଚ ୯ରେ ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ବେଆଇନ ଦର୍ଶାଇ ବେଣୁମାଧବ ହାଇକୋର୍ଟରେ ଏକ ମାମଲା ଦାଏର କରିଥିଲେ। ହାଇକୋର୍ଟ ମାମଲାର ବିଚାର କରି ଗତ ଜାନୁୟାରୀ ୨୫ରେ ତାଙ୍କ ପୁନଃ ନିଯୁକ୍ତିକୁ ରଦ୍ଦ କରିଦେଇଥିଲେ। ତେବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ବି ସେହି ଜାନୁୟାରୀ ୨୫ରେ ତାଙ୍କୁ ପୁନଃନିଯୁକ୍ତି ଦିଆଯିବା ନେଇ ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ବେଣୁମାଧବ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲା ବିଚାର ପାଇଁ ଗ୍ରହଣ କରିବା ସହ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ ରାଜ୍ୟ ସରକାର, ସମବାୟ ବ୍ୟାଙ୍କ ସମେତ ଅନ୍ୟମାନଙ୍କୁ ଜବାବ ଦେବାକୁ ନୋଟିସ୍‌ ଜରି କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ପ୍ରଫୁଲ୍ଲ କୁମାର ରଥ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri