ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌ ଉନ୍ନତୀକରଣ ପାଇଁ ଅନୁମତି

ବାରିପଦା ଅଫିସ,୨୩ା୧୧:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରସ୍ଥିତ ଅମର୍ଦ୍ଦା ଏୟାରଷ୍ଟ୍ରିପ୍‌ର ଉନ୍ନତୀକରଣ ନିମନ୍ତେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ମଞ୍ଜୁରୀ ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କୁ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ଓ ଡିଫେନ୍ସ ଜେନେରାଲ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ୧୬୦.୩୫ ଏକର ପରିମିତ ଜମି ଉପରେ ଥିବା ପ୍ରତିରକ୍ଷା ଜମି ବଦଳରେ ୨୬କୋଟି ୩ଲକ୍ଷ ୧୦ହଜାର ୪୩୮ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟାଦେଶ କାର୍ଯ୍ୟକାରୀ ପୂର୍ବରୁ ସିଏଫ୍‌ଆଇ ପାଣ୍ଠିରୁ ଏହି ଟଙ୍କା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବୋର୍ଡ ଅଫ୍‌ ଅଫିସର ପରିଷଦ ଗଠନ କରି ଉନ୍ନତୀକରଣ ହେବାକୁ ଥିବା ଏୟାରଷ୍ଟ୍ରିପ୍‌ ଜମିର ସ୍ଥିତାବସ୍ଥା, ଜମି ଚିହ୍ନଟ, ମୂଲ୍ୟାୟନ, ସରକାରୀ ବେସରକାରୀ ସମ୍ପତ୍ତିର ଆକଳନ ସାଙ୍ଗକୁ ସୁରକ୍ଷା ଓ ନିରାପତ୍ତା ଆଦି ବ୍ୟବସ୍ଥା ସମ୍ବନ୍ଧୀୟ କାର୍ଯ୍ୟ ୪ସପ୍ତାହ ମଧ୍ୟରେ ଶେଷ କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ଡିଆରଡିଓ ଅଧୀନରେ ଥିବା ଅମର୍ଦ୍ଦା ଏୟାରଷ୍ଟ୍ରିପ ଉଡାନ ଯୋଜନାରେ ସାମିଲ ହୋଇଥିଲା। ଭୁବନେଶ୍ୱରରୁ ଅମର୍ଦ୍ଦା ଓ ଅମର୍ଦ୍ଦାରୁ ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ପାଇଁ ଯୋଜନା ଭାରତର ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ଗତ ଫେବୃୟାରୀରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରତିରକ୍ଷା ବିଭାଗ ସଚିବ ଅଜୟ କୁମାରଙ୍କୁୁ ବ୍ୟବସାୟ ଭିତ୍ତିକ ବିମାନ ଚଳାଚଳ ନିମନ୍ତେ ଏନ୍‌ଓସି ପାଇଁ ପତ୍ର ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ଭଞ୍ଜନଗର ଥାନା ଏସଆଇଙ୍କୁ ଡିଜିପି ଡିସ୍କ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୧୩।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସଆଇ ସମୀର କୁମାର ସେଠୀଙ୍କୁ ବୁଧବାର ଡିଜିପି ଡିସ୍କ ଆୱାର୍ଡ଼ ମିଳିଛି। କଟକ ଠାରେ ଆୟୋଜିତ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ପଦକ…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri