ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ ଯୁକ୍ତ ୨ ଖୋଲିବା ପାଇଁ କେନ୍ଦ୍ର ସରକାର ଗତକାଲି ଅନୁମତି ଦେଇଛନ୍ତି। ଫଳରେ ଭଞ୍ଜନଗର କେଭିରେ ୨୦୨୬-୨୭ ଶିକ୍ଷା ବର୍ଷରୁ ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ନାମ ଲେଖା ହେବ। ଏଥିସହ ଗତ ସପ୍ତାହରେ କେନ୍ଦ୍ର ସରକାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ୩୩ କୋଟି ୧୧ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଖୁବଶୀଘ୍ର ତାହାର ମଧ୍ୟ କାମ ମଧ୍ୟ ଆରମ୍ଭ ହେବା ଯୋଜନା ଅଛି। ୨୦୨୮ ଶିକ୍ଷା ବର୍ଷରୁ ସ୍ଥାୟୀ କୋଠାରେ ପାଠପଢା ଲକ୍ଷ୍ୟ ରଖାଯାଇଛି। ଏକ ସପ୍ତାହ ମଧ୍ୟରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦୁଇ ଦୁଇଟି ବଡ ଉପହାର କେନ୍ଦ୍ର ସରକାର ଦେଇଛନ୍ତି। ଯାହାକୁ ନେଇ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି।
ଏହି ସଫଳତା ପଛରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ମୁଖ୍ୟ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଏଥିସହ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉମାଶଙ୍କର ବେହେରା ଏବଂ ବିଦ୍ୟାଳୟ ଅଧକ୍ଷ ପ୍ରଦୀପ କମାନୁଙ୍କ ଅବଦାନ ମଧ୍ୟ ବିଶେଷ ଅବଦାନ ରହିଛି। ବୁଧବାର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ଏହି ସଫଳତା ପାଇଁ କୃତଜ୍ଞତା ଜଣାଇବା ସହ ଆଗାମୀ ଦିନରେ ବିଦ୍ୟାଳୟର ଅନ୍ୟାନ୍ୟ ଉନ୍ନତି ପାଇଁ ସହଯୋଗ କାମନା କରିଥିଲେ। ଏହି ସମୟରେ ବିଧାୟକ ନାୟକ କେନ୍ଦ୍ରୀୟ ବିଦ୍ୟାଳୟର ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବି ବୋଲି ପ୍ରତିଶ୍ରୁତି ଦେଇଥିଲେ। କେନ୍ଦ୍ରୀୟ ବିଦ୍ୟାଳୟର ଏହି ସଫଳତା ପାଇଁ ଭଞ୍ଜନଗର ଏନଏସିଏମପି ପ୍ରତିନିଧି ସନ୍ତୋଷ ତିଆଡ଼ି, ଲାଲସିଂ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲେଲିନ ରାଉତ ଏବଂ ଅଞ୍ଚଳବାସି ବିଧାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ଅପରପକ୍ଷେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ୍ଯଯଯ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ, ୨୦୧୦ ମସିହାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ଛାତ୍ରାବାସରେ ବିଦ୍ୟାଳୟ ବର୍ତ୍ତମାନ ଚାଲିଛି। ଆଗାମୀ ଦିନରେ ତାହା ସ୍ଥାୟୀ କୋଠାକୁ ସ୍ଥାନାନ୍ତର ହେବ।
କେନ୍ଦ୍ରୀୟ ବିଦ୍ୟାଳୟର ଏହି ସଫଳତା ପାଇଁ ଅଞ୍ଚଳବାସୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପ ଜିଲାପାଳ ଉମାଶଙ୍କର ବେହେରା, ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କୁ କୃତଜ୍ଞତା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri