ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ ଯୁକ୍ତ ୨ ଖୋଲିବା ପାଇଁ କେନ୍ଦ୍ର ସରକାର ଗତକାଲି ଅନୁମତି ଦେଇଛନ୍ତି। ଫଳରେ ଭଞ୍ଜନଗର କେଭିରେ ୨୦୨୬-୨୭ ଶିକ୍ଷା ବର୍ଷରୁ ଯୁକ୍ତ ୨ ପ୍ରଥମ ବର୍ଷ ପାଇଁ ନାମ ଲେଖା ହେବ। ଏଥିସହ ଗତ ସପ୍ତାହରେ କେନ୍ଦ୍ର ସରକାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କୋଠା ନିର୍ମାଣ ପାଇଁ କେନ୍ଦ୍ର ସରକାର ୩୩ କୋଟି ୧୧ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଖୁବଶୀଘ୍ର ତାହାର ମଧ୍ୟ କାମ ମଧ୍ୟ ଆରମ୍ଭ ହେବା ଯୋଜନା ଅଛି। ୨୦୨୮ ଶିକ୍ଷା ବର୍ଷରୁ ସ୍ଥାୟୀ କୋଠାରେ ପାଠପଢା ଲକ୍ଷ୍ୟ ରଖାଯାଇଛି। ଏକ ସପ୍ତାହ ମଧ୍ୟରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଦୁଇ ଦୁଇଟି ବଡ ଉପହାର କେନ୍ଦ୍ର ସରକାର ଦେଇଛନ୍ତି। ଯାହାକୁ ନେଇ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି।
ଏହି ସଫଳତା ପଛରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ମୁଖ୍ୟ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ଏଥିସହ ଭଞ୍ଜନଗର ଉପଜିଲାପାଳ ତଥା ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଉମାଶଙ୍କର ବେହେରା ଏବଂ ବିଦ୍ୟାଳୟ ଅଧକ୍ଷ ପ୍ରଦୀପ କମାନୁଙ୍କ ଅବଦାନ ମଧ୍ୟ ବିଶେଷ ଅବଦାନ ରହିଛି। ବୁଧବାର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ଏହି ସଫଳତା ପାଇଁ କୃତଜ୍ଞତା ଜଣାଇବା ସହ ଆଗାମୀ ଦିନରେ ବିଦ୍ୟାଳୟର ଅନ୍ୟାନ୍ୟ ଉନ୍ନତି ପାଇଁ ସହଯୋଗ କାମନା କରିଥିଲେ। ଏହି ସମୟରେ ବିଧାୟକ ନାୟକ କେନ୍ଦ୍ରୀୟ ବିଦ୍ୟାଳୟର ଉନ୍ନତି ପାଇଁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବି ବୋଲି ପ୍ରତିଶ୍ରୁତି ଦେଇଥିଲେ। କେନ୍ଦ୍ରୀୟ ବିଦ୍ୟାଳୟର ଏହି ସଫଳତା ପାଇଁ ଭଞ୍ଜନଗର ଏନଏସିଏମପି ପ୍ରତିନିଧି ସନ୍ତୋଷ ତିଆଡ଼ି, ଲାଲସିଂ ପଞ୍ଚାୟତର ପୂର୍ବତନ ସରପଞ୍ଚ ଲେଲିନ ରାଉତ ଏବଂ ଅଞ୍ଚଳବାସି ବିଧାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ଅପରପକ୍ଷେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ୍ଯଯଯ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କୃତଜ୍ଞତା ଜଣାଇଛନ୍ତି।
ସୂଚନାଯୋଗ୍ୟ ଯେ, ୨୦୧୦ ମସିହାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ଛାତ୍ରାବାସରେ ବିଦ୍ୟାଳୟ ବର୍ତ୍ତମାନ ଚାଲିଛି। ଆଗାମୀ ଦିନରେ ତାହା ସ୍ଥାୟୀ କୋଠାକୁ ସ୍ଥାନାନ୍ତର ହେବ।
କେନ୍ଦ୍ରୀୟ ବିଦ୍ୟାଳୟର ଏହି ସଫଳତା ପାଇଁ ଅଞ୍ଚଳବାସୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପ ଜିଲାପାଳ ଉମାଶଙ୍କର ବେହେରା, ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କୁ କୃତଜ୍ଞତା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?