Posted inଖେଳ

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳିବ। ଏଥିଲାଗି କର୍ନାଟକ ସରକାର ସୋମବାର କର୍ନାଟକ ରାଜ୍ୟ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ଓ ଆର୍‌ସିବିକୁ ଆନୁଷ୍ଠାନିକ ଭାବେ ଅନୁମତି ପ୍ରଦାନ କରିଛନ୍ତି। ଏଥିସହିତ ଆର୍‌ସିବିର ଆଇପିଏଲ୍‌ ବିଜୟ ଉତ୍ସବରେ ଘଟିଥିବା ଦଳାଚକଟା ପରେ ଦେଖାଦେଇଥିବା ଅନିଶ୍ଚିତତାର ଅନ୍ତ ଘଟିଛି।

ଆସନ୍ତା ୨୮ ତାରିଖରେ ଆଇପିଏଲ୍‌ର ୧୯ତମ ସଂସ୍କରଣର ଉଦ୍‌ଘାଟନୀ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ଆର୍‌ସିବି ଭେଟିବ। କାର୍ଯ୍ୟସୂଚୀ ମୁତାବକ ଏହି ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ। ବିଶେଷଜ୍ଞ କମିଟି ସହ କର୍ନାଟକ ଗୃହ ମନ୍ତ୍ରୀ ପରମେଶ୍ୱରଙ୍କ ବୈଠକ ପରେ ଆନୁଷ୍ଠାନିକ ଭାବେ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଆଇପିଏଲ୍‌ ମ୍ୟାଚ୍‌ ଆୟୋଜନ କରିବାକୁ ଅନୁମତି ଦିଆଯାଇଛି।

ବୈଠକରେ କେଏସ୍‌ସିଏ, ଆର୍‌ସିବି ଓ ସେମାନଙ୍କ ମ୍ୟାନେଜମେଣ୍ଟ ଫାର୍ମ ଡିଏନଏର ସଦସ୍ୟଙ୍କୁ ନେଇ ଗଠିତ ବିଶେଷଜ୍ଞ କମିଟି ମ୍ୟାଚ୍‌ ଆୟୋଜନ ଲାଗି କରାଯାଇଥିବା ବ୍ୟବସ୍ଥାର ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିଲେ। ତେବେ ଆର୍‌ସିବି ବେଙ୍ଗାଲୁରୁରେ ୫ଟି ଘରୋଇ ମ୍ୟାଚ୍‌ ଖେଳିବ ଏବଂ ବଳକା ୨ଟି ମ୍ୟାଚ୍‌ ରାଇପୁରର ଶହିଦ ବୀର ନାରାୟଣ ସିଂ ଷ୍ଟାଡିୟମରେ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri