Posted inଖେଳ

ମିଳିଲା ଅନୁମତି: ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ମିଚେଲ ଷ୍ଟାର୍କ

ସିଡ୍‌ନୀ,୨୪ା୪: ମିଚେଲ ଷ୍ଟାର୍କଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି କ୍ରିକେଟ ଅଷ୍ଟ୍ରେଲିଆ ଅନୁମତି ଦେଇଛି। ଫଳତଃ ମେ ୧’ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ ପାଇଁ ସେ ଉପଲବ୍ଧ ହେବେ।

କହୁଣି ଏବଂ କାନ୍ଧରେ ସମସ୍ୟା ଯୋଗୁ ବାମହାତୀ ପେସ୍‌ ବୋଲର ମିଚେଲ ଗତ ଜାନୁଆରୀରୁ ଖେଳରୁ ଦୂରେଇ ରହିଥିଲେ। ଇଂଲଣ୍ଡ ବିପକ୍ଷ ସମସ୍ତ ୫ ଆଶେସ ଟେଷ୍ଟରେ ତାଙ୍କର ବଡ଼ ଭୂମିକା ରହିଥିଲା। ସେ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ।

ସେହି ମାସର ପରବର୍ତ୍ତୀ ଭାଗରେ ସେ ସିଡ୍‌ନୀ ସିକ୍ସର୍ସ ତରଫରୁ ୫ ବିଗ୍‌ ବାଶ୍‌ ଗେମ୍‌ ଖେଳିଥିଲେ। ଆଇପିଏଲ୍‌ର ପ୍ରଥମ ପର୍ଯ୍ୟାୟରେ ମିଚେଲଙ୍କ ଅନୁପସ୍ଥିତି ବିଦେଶୀ ଖେଳାଳିଙ୍କ ପ୍ରତିବଦ୍ଧତାକୁ ନେଇ ବିତର୍କ ସୃଷ୍ଟି ହୋଇଥିଲା, ଫଳରେ ଷ୍ଟାର୍କଙ୍କୁ ସୋସିଆଲ ମିଡିଆରେ ସଫେଇ ଦେବାକୁ ପଡ଼ିଥିଲା। ଏହା ଭୁଲ୍‌ ସୂଚନାଯୁକ୍ତ ମତାମତ ବୋଲି ସେ ଦର୍ଶାଇଥିଲେ।

ତାଙ୍କ କାନ୍ଧ ଓ କହୁଣିରେ ଆଘାତ ଲାଗିଥିବାରୁ ସେ ବର୍ତ୍ତମାନ ରିହାବିଲିଟେଶନରେ ଅଛନ୍ତି। ସୂଚନାଯୋଗ୍ୟ, ଷ୍ଟାର୍କ ଗତ ସିଜନରେ ଦିଲ୍ଲୀ କ୍ୟାପିଟାଲ୍ସର ଅଗ୍ରଣୀ ପେସ୍‌ ବୋଲର ଥିଲେ। ସେ ୧୧ଟି ମ୍ୟାଚରେ ୧୪ ଉଇକେଟ ଅକ୍ତିଆର କରିଥିଲେ। ଚଳିତ ଆଇପିଏଲ୍‌ରେ ଦିଲ୍ଲୀ ଏପର୍ଯ୍ୟନ୍ତ ସୁଦ୍ଧା ୬ଟି ଗେମ୍‌ ଖେଳି ୩ ବିଜୟ ସହ ପଏଣ୍ଟ ଟେବୁଲର ୫ମ ସ୍ଥାନରେ ଅଛିି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କୁମିନ୍ସ ଏହି ସିଜନରେ ପ୍ରଥମ ଥର ସନ୍‌ରାଇଜର୍ସ ହାଇଦ୍ରାବାଦ ତରଫରୁ ଖେଳିବେ। ଅନ୍ୟପକ୍ଷରେ ପ୍ରଥମ ପର୍ଯ୍ୟାୟରେ ଖେଳି ନ ଥିବା ଜୋଶ ହାଜେଲଉଡ୍‌ ଇତିମଧ୍ୟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ତରଫରୁ ଖେଳିବା ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?