୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ

ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଆୟୋଜକଙ୍କଠାରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।

ଭୋଜି ଆୟୋଜକ କିରଣ କୁମାର ପ୍ରଧାନ ବୁଧବାର ୨୦ରୁ ୧୫ ଜଣଙ୍କୁ ବିବାହ ଉତ୍ସବକୁ ଡାକିବେ ବୋଲି ପୋଲିସଠାରୁ ଅନୁମତି ନେଇଥିଲେ। ବିବାହ ପରେ ଗୁରୁବାର ସେ ଘର ନିକଟରେ ମାତ୍ର ୨୦ରୁ ୨୫ ଜଣଙ୍କ ପାଇଁ ଭୋଜିର ବ୍ୟବସ୍ଥା କରି ଘରଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ ୨ ହଜାର ଲୋକଙ୍କ ପାଇଁ ରୋଷେଇ ବ୍ୟବସ୍ଥା କରିଥିଲେ। ଖବର ପାଇ ଦାରିଙ୍ଗବାଡ଼ି ଏକ୍‌ଜିକ୍ୟୁଟିଭ ମାଜିଷ୍ଟେଟ ତଥା ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି ପୋଲିସ କର୍ମଚାରୀଙ୍କ ସହ ଚଢ଼ାଉ କରି ଭୋଜି ବନ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri