ଯାତ୍ରାକୁ ମିଳିଲା ଅନୁମତି

ଭୁବନେଶ୍ୱର,୨୭।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ଅଞ୍ଚଳରେ ସଂକ୍ରମଣକୁ ଦେଖି ଜିଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କଣ୍ଟେନମେଣ୍ଟ ଜୋନ କରିପାରିବେ। ଜନସାଧାରଣଙ୍କୁ ସଚେତନ କରିବାକୁ ଗାଇଡ୍‌ଲାଇନରେ ନିର୍ଦ୍ଦେଶ ଦିଆଯାଇଛି। ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ସର୍ବାଧିକ ୫୦୦ ଲୋକଙ୍କୁ ଅନୁମତି ମିଳିବ। ମାସ୍କ ପରିଧାନ, ସାମାଜିକ ଦୂରତା ପାଳନ କରିବା, ସାନିଟାଇଜର ବ୍ୟବହାର କରିବାକୁ ବାଧ୍ୟତା କରାଯାଇଛି। ସବୁ ପ୍ରବେଶ ପଥରେ ଆୟୋଜକ ରହି ମାସ୍କ ପରିଧାନ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ମାସ୍କ ପିନ୍ଧି ନ ଥିବେ, ସେମାନଙ୍କୁ ମାସ୍କ ଯୋଗାଇ ଦେବାକୁ ଆୟୋଜକଙ୍କୁ କୁହାଯାଇଛି।
ଏପରି କି ରାଜ୍ୟ ସରକାର ଯାତ୍ରା ପାଇଁ କଟକଣା କୋହଳ କରିଛନ୍ତି। ଯାତ୍ରା ଓ ଅପେରା ପାଇଁ ସର୍ବାଧିକ ୨ହଜାର ଦର୍ଶକଙ୍କୁ ଅନୁମତି ଦିଆଯାଇଛି। ଜିଲାପାଳ ଓ କମିଶନରଙ୍କ ଅନୁମତି ନେଇ ଯାତ୍ରା ପରିବେଷଣ ହୋଇପାରିବ। ଏହି ସମୟରେ କୋଭିଡ ଗାଇଡ୍‌ଲାଇନ ପାଳନ କରାଯିବ। ମାସ୍କ ପରିଧାନ, ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ ରହିଛି। ସିଟ୍‌ ମଧ୍ୟରେ ୬ ଫୁଟ ଦୂରତା ରହିବ। ରୋଗାକ୍ରାନ୍ତ, ଇନ୍‌ଫ୍ଲୁଏଞ୍ଜା ଲକ୍ଷଣ ଥିବା ଦର୍ଶକଙ୍କୁ ଯାତ୍ରା ଦେଖିବାକୁ ଅନୁମତି ଦିଆଯିବ ନାହିଁ। ଅନ୍‌ଲାଇନ ଟିକେଟ ବ୍ୟବସ୍ଥା କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri