ବୈଠକ ମଝିରେ ବୋମା ଫିଙ୍ଗିଲେ ବ୍ୟକ୍ତି, ବାହାରକୁ ଯାଇପାରିଲେନି ଲୋକ, ଭିଡିଓ ଭାଇରାଲ…

କିଭ୍‌,୧୫।୧୨: ଋଷିଆ-ୟୁକ୍ରେନ ଯୁଦ୍ଧ ଚାଲଥିବାବେଳେ ୟୁକ୍ରେନରେ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ଏକ ଗ୍ରାମ ପରିଷଦ ବୈଠକ ଚାଲିଥିବା ସମୟରେ ଜଣେ ବ୍ୟକ୍ତି ସେଠାରେ ପହଞ୍ଚି ଅଚାନକ ବୋମାବର୍ଷା କରିଛନ୍ତି। ଘଟଣାରେ ବହୁ ଲୋକ ଗୁରୁତର ଆହତ ହୋଇଛନ୍ତି। ବୈଠକ ହେଉଥିବା ଗୃହରେ ସିସିଟିଭି ଲାଗିଥିଲା। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

https://twitter.com/ClownWorld_/status/1735625954075275492?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1735625954075275492%7Ctwgr%5E89e474ed26208ab68f887a5e66b6ec99f69d58c9%7Ctwcon%5Es1_&ref_url=https%3A%2F%2Fwww.livehindustan.com%2Finternational%2Fstory-person-started-throwing-bombs-in-a-crowded-meeting-one-death-ukraine-9072236.html

ପଶ୍ଚିମ ୟୁକ୍ରେନର ଜକ୍କାରପଟିଆ ଅଞ୍ଚଳରେ ଏକ ଗ୍ରାମ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓରେ ଦେଖାଯାଇଛି କି, ବୈଠକ ଚାଲିଥିବା ସମୟରେ ଜଣେ ବ୍ୟକ୍ତି ଘର ଭିତରକୁ ପ୍ରବେଶ କରୁଛନ୍ତି। ଭିତରେ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନ କରାଯାଉଛି। ଠିକ୍‌ ଏହି ସମୟରେ ବ୍ୟକ୍ତି ଜଣକ ନିଜ ପକେଟରୁ ୩ଟି ଗ୍ରେନେଡ ବୋମା ବାହାର କରୁଛନ୍ତି। ବଡ ପାଟିରେ ବୈଠକସ୍ଥଳରେ କିଛି କହିବା ସହ ଗୋଟିକ ପରେ ଗୋଟିଏ ବୋମା ଫିଙ୍ଗିବାରେ ଲାଗିଛନ୍ତି। ଘଟଣା ଆକସ୍ମିକ ଭାବେ ହେଉଛି କି, ଲୋକ ପରିସ୍ଥିତି କଣ ହଠାତ ଠଉରାଇ ପାରୁ ନାହାନ୍ତ। କିଛି ଭାବିବା ପୂର୍ବରୁ ନିବୁଜ ଘର ଭିତରେ ଗୋଟିକ ପରେ ଗୋଟିଏ ବୋମା ଫୁଟିବାରେ ଲାଗିଛି। ବ୍ୟକ୍ତିଜଣକ କବାଟ ଚାପି ରଖିଥିବାରୁ କୌଣସି ବ୍ୟକ୍ତି ବାହାରକୁ ଯାଇପାରୁ ନାହାନ୍ତି। ବାହାରକୁ ନ ଯାଇପାରି ସମସ୍ତେ ପ୍ରାଣ ବିକଳରେ ଚିତ୍କାର କରୁଛନ୍ତି। ଘରେ ଥିବା ପ୍ରତିଟି ଜିନିଷ ବୋମାରେ ଧ୍ୱସଂ ହେବାରେ ଲାଗିଛି।
ଏହି ଛାତିଥରା ଘଟଣାରେ ୨୬ଜଣ ଗୁରୁତର ଆହତ ହେବା ସହ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ସୂଚନା ଅନୁସାରେ ବୈଠକ ସମୟରେ କେତୋଟି ବୋମା ଫିଙ୍ଗାଯାଇଛି ତାହାର ସଠିକ ତଥ୍ୟ ମିଳିପାରି ନାହିଁ। ବୋମା ଫିଙ୍ଗିଥିବା ବ୍ୟକ୍ତିଜଣକ ଗ୍ରାମ ପରିଷଦର ଉପାଧ୍ୟକ୍ଷ ଅଟନ୍ତି। ଆହତଙ୍କ ମଧ୍ୟରୁ ୫ଜଣ ଜୀବନ-ମରଣ ସ୍ଥିତି ଦେଇ ଗତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?