ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ

ସମ୍ବଲପୁର, ୮।୩(ବ୍ୟୁରୋ): ଏଣିକି ଜଙ୍ଗଲରେ ନିଆଁ ଲଗାଇଲେ ବନ୍ଧା ହେବେ । ଜଙ୍ଗଲ ନିଆଁ ରୋକିବାକୁ ସମ୍ବଲପୁର ଡିଏଫ୍‌ଓ ସଞ୍ଜୀତ କୁମାର ଏଭଳି କଡ଼ା ପଦକ୍ଷେପ ନେଇଛନ୍ତି । ଜଙ୍ଗଲରେ ନିଆଁ ଲଗାଇଲେ ତୁରନ୍ତ ଗିରଫ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି।

ନିଆଁ ଲଗାଉଥିବା ଲୋକଙ୍କ ବାବଦରେ ସୂଚନା ଦେଲେ ୫ ହଜାର ଟଙ୍କା ଦିଆଯିବ ବୋଲି ସେ କହିଛନ୍ତି । ସେପଟେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭାଇବାକୁ ୭୫ ଜଣ ସ୍ବତନ୍ତ୍ର ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଲୋକଙ୍କ ମଧ୍ୟରେ ସଚେତନତା ନେଇ ଗାଁ ଗାଁରେ ପ୍ରଚାର ଗାଡ଼ି ମଧ୍ୟ ବୁଲାଯାଉଥିବା ଡିଏଫ୍‌ଓ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମୟୂରଭଞ୍ଜ ଶିମିଳିପାଳ ଓ କୁଳଡିହା ସଂରକ୍ଷିତ ଅଭୟାରଣ୍ୟରେ ଲିଗିଥିବା ନିଆଁ ଲିଭିବାର ନାଁ ଧରୁନି। ଗୋଟିଏ ସ୍ଥାନରେ ନିଆଁ ଲିଭାଇଲା ବେଳକୁ ତାହା ଅନ୍ୟତ୍ର ବ୍ୟାପି ଯାଉଛି। ନିଆଁ ଲିଭାଇବା କାର୍ଯ୍ୟରେ ୬ଟି ଅଗ୍ନିଶମ ବିଭାଗ ନିୟୋଜିତ ଥିବାବେଳେ ୧୧ ଶହରୁ ଅଧିକ ବନ ସୁରକ୍ଷା କର୍ମୀ ଏବଂ କର୍ମଚାରୀ ନିୟୋଜିତ ଅଛନ୍ତି।

ସେହିପରି କୁଳଡିହା ସଂରକ୍ଷିତ ଅଭୟାରଣ୍ୟରେରବିବାର ବିଳମ୍ବିତ ରାତିରେ ଅଭୟାରଣ୍ୟର ବାଲିଚୁଆ ପଟୁ ପୁଣି ନିଆଁ ଲାଗିଛି। ଜଙ୍ଗଲରେ ନିଆଁ ଲାଗିଥିବାରୁ ଆଖପାଖ ଗାଁ ଲୋକେ ଭୟଭୀତ ଅଛନ୍ତି । ଗାଁକୁ ନିଆଁ ନ ବ୍ୟାପିବା ପାଇଁ ଅଗ୍ନିଶମ ବାହିନୀ ଓ ଗ୍ରାମବାସୀଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri