Posted inଜାତୀୟ

ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ କ’ଣ, ଯାହାକୁ କ୍ୟାବିନେଟରେ ମିଳିଛି ମଞ୍ଜୁରୀ

ନୂଆଦିଲ୍ଲୀ,୬।୭: ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ ଅର୍ଥାତ୍‌ ପର୍ସନାଲ ଡାଟା ପ୍ରେଟେକ୍ସନ ବିଲ ୨୦୨୩ର ଡ୍ରାଫ୍ଟକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ସଂସଦର ମୌସୁମୀ ଅଧିବେଶନରେ ଏହି ବିଲ ଆଗତ ହେବ। ସଂସଦର ମୌସୁମୀ ଅଧିବେଶନ ୨୦ ଜୁଲାଇରୁ ଆରମ୍ଭ ହେବାକୁ ଯାଉଛି। ଏହି ବିଲ ଦେଶରେ ଦୀର୍ଘ ଦିନ ଧରି ଆଲୋଚନା ହେଉଥିଲା। ଆସନ୍ତୁ ଜାଣିବା ଏହି ବିଲରେ କ’ଣ ବ୍ୟବସ୍ଥା ରହିଛି ଏବଂ ଏହାକୁ ତିଆରି କରିବା ପଛରେ ଉଦ୍ଦେଶ୍ୟ କ’ଣ?

ଭାରତରେ ମୋବାଇଲ ଏବଂ ଇଣ୍ଟରନେଟକୁ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ବ୍ୟବହାରକାରୀଙ୍କ ଗୋପନୀୟତା ସୁରକ୍ଷା ସମ୍ବନ୍ଧରେ କୌଣସି ନିୟମ ନଥିଲା। ଦୀର୍ଘ ଦିନରୁ ଏହାର ଆବଶ୍ୟକ ଥିଲା। ଅନେକ ଦେଶରେ ଲୋକଙ୍କ ତଥ୍ୟ ସୁରକ୍ଷାକୁ ନେଇ କଡ଼ା ନିୟମ ପ୍ରସ୍ତୁତ କରାଯାଇଛି। ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ଗୋପନୀୟତାକୁ ନେଇ ସୁପ୍ରିମକୋର୍ଟ ଚିନ୍ତା ପ୍ରକାଶ କରିଥିଲେ। ଅଦାଲତ କହିଥିଲେ ଯେ ‘ଗୋପନୀୟତା ଅଧିକାର’ ଏକ ମୌଳିକ ଅଧିକାର।

ଏହା ପରେ କେନ୍ଦ୍ର ସରକାର ଏହା ଉପରେ କାମ ଆରମ୍ଭ କରିଥିଲେ। ଗତ ବର୍ଷ ଡିସେମ୍ବରରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ, ସଂସଦର ମୌସୁମୀ ଅଧିବେଶନରେ ସରକାର ଡାଟା ପ୍ରୋଟେକ୍ସନ ବିଲ ଏବଂ ଟେଲିକମ ବିଲ ପାରିତ କରିପାରନ୍ତି। କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ, ଏକ ନୂତନ ଡାଟା ସୁରକ୍ଷା ବିଲ ପ୍ରସ୍ତୁତ ଏବଂ ଜୁଲାଇରେ ସଂସଦର ମୌସୁମୀ ଅଧିବେଶନରେ ଏହା ଉପସ୍ଥାପିତ ହେବ। ବର୍ତ୍ତମାନ, କଡ଼ା ନିୟମର ଅନୁପସ୍ଥିତି ହେତୁ ତଥ୍ୟ ସଂଗ୍ରହ କରୁଥିବା କମ୍ପାନୀଗୁଡିକ ଏହାର ଅନେକ ଥର ଲାଭ ଉଠାଉଛନ୍ତି। ବ୍ୟାଙ୍କ, କ୍ରେଡିଟ କାର୍ଡ ଏବଂ ବୀମା ସମ୍ବନ୍ଧୀୟ ସୂଚନା ପ୍ରତିଦିନ ଲିକ୍‌ ହେଉଛି। ଏଭଳି ପରିସ୍ଥିତିରେ ଲୋକମାନେ ସେମାନଙ୍କର ତଥ୍ୟର ଗୋପନୀୟତାକୁ ନେଇ ଚିନ୍ତିତ ରହୁଛନ୍ତି।

ବ୍ୟବହାରକାରୀଙ୍କ ତଥ୍ୟକୁ ସୁରକ୍ଷିତ ରଖିବା ପାଇଁ ସରକାର ଏକ ବିଲ ପ୍ରସ୍ତୁତ କରିଛନ୍ତି। ଏହାକୁ ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ବିଲ ୨୦୨୩ ନାମରେ ନାମିତ କରାଯାଇଛି । ବିଲରେ ଏକ ବ୍ୟବସ୍ଥା ଅଛି ଯେ ଯଦି କୌଣସି କମ୍ପାନୀ ଦ୍ୱାରା ବ୍ୟବହାରକାରୀଙ୍କ ତଥ୍ୟ ଲିକ୍‌ ହୁଏ ଏବଂ କମ୍ପାନୀ ଦ୍ୱାରା ଏହି ନିୟମ ଯଦି ଭାଙ୍ଗିଯାଏ, ତେବେ ଏହା ଉପରେ ୨୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ମଧ୍ୟ ଲଗାଯାଇପାରେ। ଏହି ନିୟମ ଲାଗୁ ହେବା ପରେ ଲୋକମାନେ ସେମାନଙ୍କର ତଥ୍ୟ ସଂଗ୍ରହ, ସଂରକ୍ଷଣ ଏବଂ ଏହାର ପ୍ରକ୍ରିୟାକରଣ ବିଷୟରେ ସବିଶେଷ ତଥ୍ୟ ମାଗିବାର ଅଧିକାର ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?