‘ଚାଷୀଙ୍କ ଲାଭ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ’

ଭୁବନେଶ୍ୱର,୨ା୩(ବ୍ୟୁରୋ):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ରେ ପଞ୍ଜୀକୃତ ୪୦ ଲକ୍ଷ ୫୦ ହଜାର ଓଡ଼ିଆ ଚାଷୀ ଲାଭ ପାଇବା ଦରକାର। ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ଚାଷୀମାନେ ପାଇପାରିବେ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ ପତ୍ର ଲେଖି ଏଥିରେ ତାଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଧର୍ମେନ୍ଦ୍ର ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି, ନିକଟରେ ପ୍ରଧାନମନ୍ତ୍ରୀ ପିଏମ୍‌ କିଷାନ ନିଧି ଯୋଜନା ଅନ୍ତର୍ଗତ ଦେଶବ୍ୟାପୀ ପଞ୍ଜୀକୃତ ହୋଇଥିବା ସାଢେ ୭ କୋଟି ଚାଷୀଙ୍କୁ ୭ମ କିସ୍ତିରେ ୧୯ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଭାଗୀୟ ତଥ୍ୟ ଅନୁସାରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅନ୍ତର୍ଗତ ଓଡ଼ିଶାର ୪୦.୫ ଲକ୍ଷ ଚାଷୀ ଅନ୍ତର୍ଭୁକ୍ତ ଅଛନ୍ତି। କିନ୍ତୁ ୭ମ କିସ୍ତିରେ ଓଡ଼ିଶାର ୨୪.୭ ଲକ୍ଷ ଚାଷୀ ୨ ହଜାର ଟଙ୍କା ଲେଖାଏ ଏହି ଯୋଜନାରେ ପାଇଥିଲେ ା ତେବେ ଏଭଳି ଘଟଣା ପ୍ରଥମ ଥର ନୁହେଁ ବରଂ ପୂର୍ବ ତଥା ୬ଷ୍ଠ କିସ୍ତିରେ ମଧ୍ୟ ଅନୁରୂପ ଭାବେ କମ୍‌ ଚାଷୀ ଏହି ଯୋଜନାର ଲାଭ ପାଉଥିବା ଓ କେତେକେ ବଞ୍ଚିତ ହେଉଥିବା ଦେଖାଯାଉଛି ା ପଞ୍ଜୀକୃତ ୪୦.୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ପିଏମ୍‌ କିଷାନ ଯୋଜନାର ପ୍ରଥମ କିସ୍ତିରେ ଓଡ଼ିଶାର ମାତ୍ର ୯.୭୩ ଲକ୍ଷ ଚାଷୀ ପ୍ରଥମ କିସ୍ତି ପାଇଥିଲେ ଯାହା ପଞ୍ଜୀକୃତଙ୍କ ୨୪ ପ୍ରତିଶତ ା ସେହିପରି ଅନୁରୂପ ଭାବେ ଦ୍ୱିତୀୟ କିସ୍ତିରେ ୨୯.୯୨ ଲକ୍ଷ ଅର୍ଥାତ୍‌ ପଞ୍ଜୀକୃତଙ୍କ ୭୪ ପ୍ରତିଶତ, ୩ୟ କିସ୍ତିରେ ୨୮.୭୭ ଲକ୍ଷ ତଥା ୭୧ ପ୍ରତିଶତ, ୪ର୍ଥ କିସ୍ତିରେ ୨୫.୬୧ ଲକ୍ଷ ଅର୍ଥାତ୍‌ ପଞ୍ଜୀକରଣର ୬୩ ପ୍ରତିଶତ ଚାଷୀ କେବଳ ପିଏମ୍‌ ଯୋଜନାରେ ବ୍ୟାଙ୍କ ଖାତାରେ ଟଙ୍କା ପାଇଛନ୍ତି ା ଅନୁରୂପ ଭାବେ ୫ମ କିସ୍ତିରେ ୨୧.୫୫ ଲକ୍ଷ ଚାଷୀ ଅର୍ଥାତ୍‌ ୫୩ ପ୍ରତିଶତ, ୬ଷ୍ଠ କିସ୍ତିରେ ୨୩.୩୮ ଲକ୍ଷ ତଥା ୫୮ ପ୍ରତିଶତ ଓ ୭ମ କିସ୍ତିର ଲାଭ ମାତ୍ର ୬୧ ପ୍ରତିଶତ ଅର୍ଥାତ୍‌ ୨୪.୭୦ ଲକ୍ଷ ଚାଷୀ ଲାଭ ପାଇଥିବା ସେ କହିଛନ୍ତି।
ଧର୍ମେନ୍ଦ୍ର ଆହୁରି ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଚାଷୀ ଗ୍ରାମୀଣ ଅର୍ଥନୀତିର ମେରୁଦଣ୍ଡ। ରାଜ୍ୟ ଜନସଂଖ୍ୟାର ଦୁଇ ତୃତୀୟାଂଶ ଚାଷୀ ଜିଡିପିର ଏକପଞ୍ଚମାଂଶ ଯୋଗଦାନ ରଖୁଛନ୍ତି। ତେବେ ବିଶେଷଭାବେ କ୍ଷୁଦ୍ର ଏବଂ ମଧ୍ୟମ ଚାଷୀଙ୍କ ଆୟକୁ ୨ଗୁଣ କରିବା ପ୍ରଧାନମନ୍ତ୍ରୀଙ୍କ ପ୍ରାଥମିକତାରେ ରହିଛି ା ଭାରତ ସରକାର ଗତ ୬ ବର୍ଷରେ ଅନ୍ନଦାତାଙ୍କୁ ଆର୍ଥିକ ସମ୍ପନ୍ନ କରିବା ଦିଗରେ ଅନେକ ବଡ ପ୍ରଭାବ ପକାଉଥିବା ପଦକ୍ଷେପ ଏବଂ ସଂସ୍କାର ଅଣାଯାଇଛି। ୨୦୧୮ରେ ଚାଷୀଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା। କେନ୍ଦ୍ର ସରକାର ଏହି ଯୋଜନା ଅନ୍ତର୍ଗତ ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କାର ଚାଷୀଙ୍କୁ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାର ନିୟମାବଳୀ ଅନୁସାରେ ରାଜ୍ୟ ସରକାରମାନେ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବେ। ହିତାଧିକାରୀଙ୍କ ତଥ୍ୟକୁ ଠିକ୍‌ ଭାବେ ଦେବାର ଦାୟିତ୍ୱ ରାଜ୍ୟ ସରକାରଙ୍କ ଉପରେ ନ୍ୟସ୍ତ ରହିଛି। ଆବଶ୍ୟକ ପ୍ରକ୍ରିୟାକୁ ଅନୁପାଳନ ନ କରିବା ଯୋଗୁ ପିଏମ୍‌ କିଷାନ ନିଧି ଯୋଜନାରେ ପଞ୍ଜୀକୃତ ଚାଷୀଙ୍କ ମଧ୍ୟରୁ ବହୁତ୍‌ କମ୍‌ ଏହି ଯୋଜନାର ଲାଭ ପାଉଛନ୍ତି। ଓଡ଼ିଶାର ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାରେ ଠିକ୍‌ ଲାଭ ନ ମିଳିବା, କୋଭିଡ୍‌ ଯୋଗୁ ପ୍ରଭାବିତ ସମୟରେ ଯେତେବେଳେ ସରକାରୀ ସହାୟତା ଦରକାର ଥିଲା ସେହି ସମୟରେ ଚାଷୀଙ୍କୁ ପିଏମ୍‌ କିଷାନ ଟଙ୍କାରୁ ବଞ୍ଚିତ କରିବା ଦୁଃଖଦାୟକ ବୋଲି ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri