‘ଚାଷୀଙ୍କ ଲାଭ ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରନ୍ତୁ’

ଭୁବନେଶ୍ୱର,୨ା୩(ବ୍ୟୁରୋ):ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା(ପିଏମ୍‌-କିଷାନ)ରେ ପଞ୍ଜୀକୃତ ୪୦ ଲକ୍ଷ ୫୦ ହଜାର ଓଡ଼ିଆ ଚାଷୀ ଲାଭ ପାଇବା ଦରକାର। ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ଚାଷୀମାନେ ପାଇପାରିବେ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ ପତ୍ର ଲେଖି ଏଥିରେ ତାଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଧର୍ମେନ୍ଦ୍ର ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି, ନିକଟରେ ପ୍ରଧାନମନ୍ତ୍ରୀ ପିଏମ୍‌ କିଷାନ ନିଧି ଯୋଜନା ଅନ୍ତର୍ଗତ ଦେଶବ୍ୟାପୀ ପଞ୍ଜୀକୃତ ହୋଇଥିବା ସାଢେ ୭ କୋଟି ଚାଷୀଙ୍କୁ ୭ମ କିସ୍ତିରେ ୧୯ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି। ବିଭାଗୀୟ ତଥ୍ୟ ଅନୁସାରେ ଓଡ଼ିଶାରେ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅନ୍ତର୍ଗତ ଓଡ଼ିଶାର ୪୦.୫ ଲକ୍ଷ ଚାଷୀ ଅନ୍ତର୍ଭୁକ୍ତ ଅଛନ୍ତି। କିନ୍ତୁ ୭ମ କିସ୍ତିରେ ଓଡ଼ିଶାର ୨୪.୭ ଲକ୍ଷ ଚାଷୀ ୨ ହଜାର ଟଙ୍କା ଲେଖାଏ ଏହି ଯୋଜନାରେ ପାଇଥିଲେ ା ତେବେ ଏଭଳି ଘଟଣା ପ୍ରଥମ ଥର ନୁହେଁ ବରଂ ପୂର୍ବ ତଥା ୬ଷ୍ଠ କିସ୍ତିରେ ମଧ୍ୟ ଅନୁରୂପ ଭାବେ କମ୍‌ ଚାଷୀ ଏହି ଯୋଜନାର ଲାଭ ପାଉଥିବା ଓ କେତେକେ ବଞ୍ଚିତ ହେଉଥିବା ଦେଖାଯାଉଛି ା ପଞ୍ଜୀକୃତ ୪୦.୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ପିଏମ୍‌ କିଷାନ ଯୋଜନାର ପ୍ରଥମ କିସ୍ତିରେ ଓଡ଼ିଶାର ମାତ୍ର ୯.୭୩ ଲକ୍ଷ ଚାଷୀ ପ୍ରଥମ କିସ୍ତି ପାଇଥିଲେ ଯାହା ପଞ୍ଜୀକୃତଙ୍କ ୨୪ ପ୍ରତିଶତ ା ସେହିପରି ଅନୁରୂପ ଭାବେ ଦ୍ୱିତୀୟ କିସ୍ତିରେ ୨୯.୯୨ ଲକ୍ଷ ଅର୍ଥାତ୍‌ ପଞ୍ଜୀକୃତଙ୍କ ୭୪ ପ୍ରତିଶତ, ୩ୟ କିସ୍ତିରେ ୨୮.୭୭ ଲକ୍ଷ ତଥା ୭୧ ପ୍ରତିଶତ, ୪ର୍ଥ କିସ୍ତିରେ ୨୫.୬୧ ଲକ୍ଷ ଅର୍ଥାତ୍‌ ପଞ୍ଜୀକରଣର ୬୩ ପ୍ରତିଶତ ଚାଷୀ କେବଳ ପିଏମ୍‌ ଯୋଜନାରେ ବ୍ୟାଙ୍କ ଖାତାରେ ଟଙ୍କା ପାଇଛନ୍ତି ା ଅନୁରୂପ ଭାବେ ୫ମ କିସ୍ତିରେ ୨୧.୫୫ ଲକ୍ଷ ଚାଷୀ ଅର୍ଥାତ୍‌ ୫୩ ପ୍ରତିଶତ, ୬ଷ୍ଠ କିସ୍ତିରେ ୨୩.୩୮ ଲକ୍ଷ ତଥା ୫୮ ପ୍ରତିଶତ ଓ ୭ମ କିସ୍ତିର ଲାଭ ମାତ୍ର ୬୧ ପ୍ରତିଶତ ଅର୍ଥାତ୍‌ ୨୪.୭୦ ଲକ୍ଷ ଚାଷୀ ଲାଭ ପାଇଥିବା ସେ କହିଛନ୍ତି।
ଧର୍ମେନ୍ଦ୍ର ଆହୁରି ଉଲ୍ଲେଖ କରିଛନ୍ତି, ଓଡ଼ିଶାର ଚାଷୀ ଗ୍ରାମୀଣ ଅର୍ଥନୀତିର ମେରୁଦଣ୍ଡ। ରାଜ୍ୟ ଜନସଂଖ୍ୟାର ଦୁଇ ତୃତୀୟାଂଶ ଚାଷୀ ଜିଡିପିର ଏକପଞ୍ଚମାଂଶ ଯୋଗଦାନ ରଖୁଛନ୍ତି। ତେବେ ବିଶେଷଭାବେ କ୍ଷୁଦ୍ର ଏବଂ ମଧ୍ୟମ ଚାଷୀଙ୍କ ଆୟକୁ ୨ଗୁଣ କରିବା ପ୍ରଧାନମନ୍ତ୍ରୀଙ୍କ ପ୍ରାଥମିକତାରେ ରହିଛି ା ଭାରତ ସରକାର ଗତ ୬ ବର୍ଷରେ ଅନ୍ନଦାତାଙ୍କୁ ଆର୍ଥିକ ସମ୍ପନ୍ନ କରିବା ଦିଗରେ ଅନେକ ବଡ ପ୍ରଭାବ ପକାଉଥିବା ପଦକ୍ଷେପ ଏବଂ ସଂସ୍କାର ଅଣାଯାଇଛି। ୨୦୧୮ରେ ଚାଷୀଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ଏହି ଯୋଜନାର ଶୁଭାରମ୍ଭ ହୋଇଥିଲା। କେନ୍ଦ୍ର ସରକାର ଏହି ଯୋଜନା ଅନ୍ତର୍ଗତ ବାର୍ଷିକ ୩ଟି କିସ୍ତିରେ ୬ ହଜାର ଟଙ୍କାର ଚାଷୀଙ୍କୁ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ଯୋଜନାର ନିୟମାବଳୀ ଅନୁସାରେ ରାଜ୍ୟ ସରକାରମାନେ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବେ। ହିତାଧିକାରୀଙ୍କ ତଥ୍ୟକୁ ଠିକ୍‌ ଭାବେ ଦେବାର ଦାୟିତ୍ୱ ରାଜ୍ୟ ସରକାରଙ୍କ ଉପରେ ନ୍ୟସ୍ତ ରହିଛି। ଆବଶ୍ୟକ ପ୍ରକ୍ରିୟାକୁ ଅନୁପାଳନ ନ କରିବା ଯୋଗୁ ପିଏମ୍‌ କିଷାନ ନିଧି ଯୋଜନାରେ ପଞ୍ଜୀକୃତ ଚାଷୀଙ୍କ ମଧ୍ୟରୁ ବହୁତ୍‌ କମ୍‌ ଏହି ଯୋଜନାର ଲାଭ ପାଉଛନ୍ତି। ଓଡ଼ିଶାର ଚାଷୀଙ୍କୁ ପିଏମ୍‌ କିଷାନ ଯୋଜନାରେ ଠିକ୍‌ ଲାଭ ନ ମିଳିବା, କୋଭିଡ୍‌ ଯୋଗୁ ପ୍ରଭାବିତ ସମୟରେ ଯେତେବେଳେ ସରକାରୀ ସହାୟତା ଦରକାର ଥିଲା ସେହି ସମୟରେ ଚାଷୀଙ୍କୁ ପିଏମ୍‌ କିଷାନ ଟଙ୍କାରୁ ବଞ୍ଚିତ କରିବା ଦୁଃଖଦାୟକ ବୋଲି ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri