ଅନାସ୍ଥା ଭୋଟ୍‌ ପୂର୍ବରୁ କୀଟନାଶକ ପିଇଲେ ସରପଞ୍ଚ

ବରଗଡ଼/ଗାଇସିଲେଟ୍‌,୧୦।୧୧(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଳା ସେଠ ରବିବାର କୀଟନାଶକ ପିଇ ଦେଇଛନ୍ତି। ବିଷକ୍ରିୟାରୁ ସେ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି। ତେବେ ତାଙ୍କ ବିରୋଧରେ ଆସିଥିବା ଅନାସ୍ଥା ବୈଠକର ଦିନକ ପୂର୍ବରୁ ସରପଞ୍ଚ ସେଠଙ୍କ ଏଭଳି ଆତ୍ମହତ୍ୟା ଉଦ୍ୟମକୁ ନେଇ ସବୁଆଡ଼େ ଚର୍ଚ୍ଚା ହେଉଛି। ଗାଇସିଲେଟ୍‌ ପୋଲିସ କୀଟନାଶକ ବୋତଲକୁ ଜବତ କରିଛି। ତେବେ ସେ କୀଟନାଶକ ପିଇଛନ୍ତି କି ନାହିଁ ଡାକ୍ତରୀ ରିପୋର୍ଟ ଆସିବା ପରେ ତାହା ଜଣାପଡ଼ିବ ବୋଲି ଗାଇସିଲେଟ୍‌ ଥାନା ଏସ୍‌ଆଇ ପ୍ରଦୀପ କୁମାର ତ୍ରିପାଠୀ କହିଛନ୍ତି। ସେହିପରି ଆସନ୍ତା ୧୨ତାରିଖରେ ଅନାସ୍ଥା ଭୋଟ୍‌ କାର୍ଯ୍ୟକ୍ରମ ରହିଛି ବୋଲି ଗାଇସିଲେଟ୍‌ ବିଡ଼ିଓ ଲକ୍ଷ୍ମଣ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri