ଧାନଚାଷ ନଷ୍ଟ କରୁଛନ୍ତି ଲେଡାପୋକ, ଚିନ୍ତାରେ ଚାଷୀ

କୁତ୍ରା,୧୦ା୮(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଲତାଲଗା ଗ୍ରାମ ତଥା ଏହାର ଆଖପାଖ ଧାନ ଚାଷ ଜମିରେ ଗତ କିଛିଦିନ ହେଲା ଲେଡାପୋକ ଦେଖିବାକୁ ମିଳିଛି। ଏମାନେ ଧାନ ଗଛର କାଣ୍ଡ ଗୁଡିକୁ ଖାଇବା ସହ କାଟି ନଷ୍ଟ କରି ଦେଉଛନ୍ତି। ଫଳରେ ଧାନଗଛ ସବୁ ଥୁଣ୍ଟା ହୋଇଯାଉଥିବା ଦେଖିବାକୁ ମିଳୁଛି। ଏହାକୁ ନେଇ ଚାଷୀ ଚିନ୍ତାରେ ପଡିଯାଇଛନ୍ତି। ଗୋଟିଏ ପଟେ ବର୍ଷାର ଅନିୟମିତତା ସହ ଯୁଝି ସଂଘର୍ଷ କରି ଚାଷ କାମ କରୁଥିବାବେଳେ ଏବେ ଲେଡା ପୋକ ବୋଝ ଉପରେ ନଳିତା ବିଡା ସଦୃଶ ହୋଇଛି। ଏହି ପୋକ ଦାଉରୁ କିପରି ରକ୍ଷା ପାଇ ପାରିବେ ସେଥିପାଇଁ ଚାଷୀମାନେ ଚାଷ ବିଶେଷଜ୍ଞ ଏବଂ କୃଷି ବିଭାଗ ସହ ପରାମର୍ଶ ନେଇ ନିଜ ନିଜ ଜମିରେ କୀଟନାଶକ ଔଷଧ ସିଞ୍ଚନ କରୁଛନ୍ତି। ହେଲେ ଚାଷ ଜମିରେ ପୋକ ଲାଗିବା ଏକ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ ହୋଇଥିବାରୁ ସରକାରଙ୍କ ପକ୍ଷରୁ କୃଷି ବିଭାଗ ଆବଶ୍ୟକ ଔଷଧ ଯୋଗାଇ ଦେବାକୁ ଚାଷୀଙ୍କ ପକ୍ଷରୁ ଦାବି ହେଉଛି। କିଛି ଦିନ ତଳେ ପ୍ରଥମେ ଏହି ପୋକ ଗୁଡିକ ଗିର୍ଜାପଡା ଜଙ୍ଗଲ ନିକଟରେ ଥିବା ଜମିରେ ଦେଖିବାକୁ ମିଳିଥିବା ବେଳେ ଏବେ ବିଭିନ୍ନ ଅଞ୍ଚଳରେ ବ୍ୟାପିବାକୁ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଲ ପାଠ ପଢ଼ି ସୁନାମ ଆଣନ୍ତୁ ଛାତ୍ରୀଛାତ୍ର’

ଦିଗପହଣ୍ଡି,୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୯ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ତଥା ବରିଷ୍ଠ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ଜାଣନ୍ତୁ କେତେ କ’ଣ ମିଳିଲା

ପୁରୁଷୋତ୍ତମପୁର,୭।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri