ଖୁବ୍‌ଶୀଘ୍ର ଆସିବ ପେଟ୍‌ ଆନିମଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୪।୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଖୁବ୍‌ଶୀଘ୍ର ପେଟ୍‌ ଆନିମଲ ଗାଇଡ୍‌ଲାଇନ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ମାର୍ଚ୍ଚ ପ୍ରଥମ ସପ୍ତାହରେ ଏକ ସ୍ବତନ୍ତ୍ର ବୈଠକ ବସିବ। ଏଥିରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍‌ସି ଅଧିକାରୀମାନେ ଯୋଗଦେଇ ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଉପରେ ଆଲୋଚନା କରିବେ। ଆବଶ୍ୟକ ପଡିଲେ ସମ୍ପୃକ୍ତ ଡ୍ରାଫ୍ଟରେ ସଂଶୋଧନ କରାଯିବ। ସେହିପରି ଲୋକଙ୍କ ପରାମର୍ଶ ଏବଂ ଅନ୍ୟ ସମସ୍ତ ଦିଗକୁ ଭିତ୍ତିକରି ଖୁବ୍‌ଶୀଘ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରାଯିବ। ଅନୁମୋଦନ ପରେ ଗାଇଡ୍‌ଲାଇନ୍‌କୁ ସାର୍ବଜନୀନ କରାଯିବ ବୋଲି ସୂଚନା ଦିଆଯାଇଛି। ତେବେ ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଅନୁଯାୟୀ, କୁକୁରଙ୍କ ରେଜିଷ୍ଟ୍ରେଶନ ଓ ଟିକାକରଣକୁ ବାଧ୍ୟତାମୂଳକ କରାଯାଇଛି। ମାଲିକମାନେ ଟିକାକରଣର ଡାକ୍ତରୀ ସାର୍ଟିଫିକେଟ ରଖିବେ। ରେଜିଷ୍ଟ୍ରେଶନ ପାଇଁ ୫ଶହ ଏବଂ ରିନ୍ୟୁ ପାଇଁ ୨୫୦ଟଙ୍କା ଧାର୍ଯ୍ୟ କରାଯାଇଥିବାବେଳେ ରେଜିଷ୍ଟ୍ରେଶନ ଏକ୍ସପାରି ହେବା ପରେ ରିନ୍ୟୁ କଲେ ୩୫୦ଟଙ୍କା ଦେବାକୁ ପଡିବ। କୁକୁର ମାଲିକଙ୍କୁ ମେଟାଲ ଟୋକନ କିମ୍ବା ଟ୍ୟାଗ ପ୍ରଦାନ କରାଯିବ। ଜଣେ ମାଲିକ ଅତି ବେଶିରେ ୨ଟି କୁକୁର ରଖି ପାରିବେ। ତେବେ ଯେଉଁ ବ୍ୟକ୍ତି ବୁଲା କୁକୁର ବା ରାସ୍ତାକଡ଼ର କୁକୁର ରଖିବେ ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଫି’ ଛାଡ କରାଯିବ। ସେହିପରି ମୃତ କୁକୁରର ସମାଧି ପାଇଁ ବିଏମ୍‌ସି ପକ୍ଷରୁ ଭ୍ୟାନ ଯୋଗାଇ ଦିଆଯିବ। ଏଥିପାଇଁ ମାଲିକଙ୍କୁ ବିଏମ୍‌ସି ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ଦେୟ ଦେବାକୁ ପଡିବ। ସେହିପରି ଯେଉଁ ବ୍ୟକ୍ତିମାନେ ନିଜ ପୋଷା କୁକୁରଙ୍କୁ ବିଭିନ୍ନ ଖେଳ ଓ ଡଗ୍‌ ଶୋରେ ସାମିଲ କରାଇବେ ସେମାନଙ୍କୁ ବିଏମ୍‌ସିଠାରୁ ଗେମ ରେଜିଷ୍ଟ୍ରେଶନ ସାର୍ଟିଫିକେଟ ନେବାକୁ ପଡିବ। ଏଥିପାଇଁ ସେମାନଙ୍କୁ ପ୍ରତି କୁକୁର ପିଛା ୨ଶହ ଟଙ୍କା ଦେବାକୁ ପଡିବ। କୁକୁର ମାଲିକି ଏହି ନିୟମକୁ ଉଲ୍ଲଂଘନ କଲେ ପଞ୍ଜୀକରଣ ପ୍ରାଧିକରଣ ଦ୍ୱାରା ଦଣ୍ଡିତ ହେବାକୁ ପଡିବ। ଏପରିକି ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିପାରେ। ଏହାପରେ ଯଦି ନିୟମ ଉଲ୍ଲଂଘନ ଜାରି ରହେ ତେବେ ଅତିରିକ୍ତ ଭାବେ ୭ଦିନ ପର୍ଯ୍ୟନ୍ତ ଦିନକୁ ୨ଶହ ଟଙ୍କା ଜରିମାନା ଗଣିବାକୁ ପହିବ। ଏହାପରେ ସମ୍ପୃକ୍ତ କୁକୁରକୁ ଜବତ କରାଯିବ ଓ ତାହାର ରକ୍ଷଣାବେକ୍ଷଣ ପାଇଁ ଦିନକୁ ୨ଶହ ଟଙ୍କା ହିସାବରେ ମାଲିକଙ୍କୁ ଦେବାକୁ ପଡିବ। ୭ଦିନ ଭିତରେ ମାଲିକ କୁକୁର ନ ନେଲେ ରେଜିଷ୍ଟ୍ରେଶନ ବାତଲ କରିବା ସହ କୁକୁରରୁ ସାର୍ବଜନୀନ ଭାବେ ବିକ୍ରୟ କିମ୍ବା ଆଡପ୍ଟ କରାଯିବ। ସେହିପରି ଗୋଟିଏ ବର୍ଷରେ ୩ଥର ନିୟମର ଉଲ୍ଲଂଘନ କଲେ ରେଜିଷ୍ଟ୍ରେଶନ ବାତିଲ କରାଯିବ। କୁକୁର ଆକ୍ରମଣରେ କାହାକୁ ଆଘାତ ଲାଗିଲେ ବା ମୃତ୍ୟୁ ହେଲେ, ଏଥିପାଇଁ ସମ୍ପୃକ୍ତ ମାଲିକ ଦାୟୀ ରହିବେ। ଏହାବାଦ ବ୍ୟବସାୟିକ ଭିତ୍ତିରେ କୁକୁରଙ୍କୁ ବ୍ୟବହାର କରିବା, ପାଗଳ ଏବଂ ହିଂସ୍ରାତ୍ମକ କୁକୁରଙ୍କୁ କିପରି ଆୟତ୍ତରେ ରଖାଯିବ ଏ ସମସ୍ତ ଦିଗକୁ ଧ୍ୟାନ ଦେଇ ଡ୍ରାଫ୍ଟ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri