ଖୁବ୍‌ଶୀଘ୍ର ଆସିବ ପେଟ୍‌ ଆନିମଲ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୪।୨ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଖୁବ୍‌ଶୀଘ୍ର ପେଟ୍‌ ଆନିମଲ ଗାଇଡ୍‌ଲାଇନ ଆଣିବାକୁ ଯାଉଛି। ଏନେଇ ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ମାର୍ଚ୍ଚ ପ୍ରଥମ ସପ୍ତାହରେ ଏକ ସ୍ବତନ୍ତ୍ର ବୈଠକ ବସିବ। ଏଥିରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍‌ସି ଅଧିକାରୀମାନେ ଯୋଗଦେଇ ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଉପରେ ଆଲୋଚନା କରିବେ। ଆବଶ୍ୟକ ପଡିଲେ ସମ୍ପୃକ୍ତ ଡ୍ରାଫ୍ଟରେ ସଂଶୋଧନ କରାଯିବ। ସେହିପରି ଲୋକଙ୍କ ପରାମର୍ଶ ଏବଂ ଅନ୍ୟ ସମସ୍ତ ଦିଗକୁ ଭିତ୍ତିକରି ଖୁବ୍‌ଶୀଘ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରାଯିବ। ଅନୁମୋଦନ ପରେ ଗାଇଡ୍‌ଲାଇନ୍‌କୁ ସାର୍ବଜନୀନ କରାଯିବ ବୋଲି ସୂଚନା ଦିଆଯାଇଛି। ତେବେ ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଅନୁଯାୟୀ, କୁକୁରଙ୍କ ରେଜିଷ୍ଟ୍ରେଶନ ଓ ଟିକାକରଣକୁ ବାଧ୍ୟତାମୂଳକ କରାଯାଇଛି। ମାଲିକମାନେ ଟିକାକରଣର ଡାକ୍ତରୀ ସାର୍ଟିଫିକେଟ ରଖିବେ। ରେଜିଷ୍ଟ୍ରେଶନ ପାଇଁ ୫ଶହ ଏବଂ ରିନ୍ୟୁ ପାଇଁ ୨୫୦ଟଙ୍କା ଧାର୍ଯ୍ୟ କରାଯାଇଥିବାବେଳେ ରେଜିଷ୍ଟ୍ରେଶନ ଏକ୍ସପାରି ହେବା ପରେ ରିନ୍ୟୁ କଲେ ୩୫୦ଟଙ୍କା ଦେବାକୁ ପଡିବ। କୁକୁର ମାଲିକଙ୍କୁ ମେଟାଲ ଟୋକନ କିମ୍ବା ଟ୍ୟାଗ ପ୍ରଦାନ କରାଯିବ। ଜଣେ ମାଲିକ ଅତି ବେଶିରେ ୨ଟି କୁକୁର ରଖି ପାରିବେ। ତେବେ ଯେଉଁ ବ୍ୟକ୍ତି ବୁଲା କୁକୁର ବା ରାସ୍ତାକଡ଼ର କୁକୁର ରଖିବେ ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଫି’ ଛାଡ କରାଯିବ। ସେହିପରି ମୃତ କୁକୁରର ସମାଧି ପାଇଁ ବିଏମ୍‌ସି ପକ୍ଷରୁ ଭ୍ୟାନ ଯୋଗାଇ ଦିଆଯିବ। ଏଥିପାଇଁ ମାଲିକଙ୍କୁ ବିଏମ୍‌ସି ପକ୍ଷରୁ ଧାର୍ଯ୍ୟ କରାଯାଇଥିବା ଦେୟ ଦେବାକୁ ପଡିବ। ସେହିପରି ଯେଉଁ ବ୍ୟକ୍ତିମାନେ ନିଜ ପୋଷା କୁକୁରଙ୍କୁ ବିଭିନ୍ନ ଖେଳ ଓ ଡଗ୍‌ ଶୋରେ ସାମିଲ କରାଇବେ ସେମାନଙ୍କୁ ବିଏମ୍‌ସିଠାରୁ ଗେମ ରେଜିଷ୍ଟ୍ରେଶନ ସାର୍ଟିଫିକେଟ ନେବାକୁ ପଡିବ। ଏଥିପାଇଁ ସେମାନଙ୍କୁ ପ୍ରତି କୁକୁର ପିଛା ୨ଶହ ଟଙ୍କା ଦେବାକୁ ପଡିବ। କୁକୁର ମାଲିକି ଏହି ନିୟମକୁ ଉଲ୍ଲଂଘନ କଲେ ପଞ୍ଜୀକରଣ ପ୍ରାଧିକରଣ ଦ୍ୱାରା ଦଣ୍ଡିତ ହେବାକୁ ପଡିବ। ଏପରିକି ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିପାରେ। ଏହାପରେ ଯଦି ନିୟମ ଉଲ୍ଲଂଘନ ଜାରି ରହେ ତେବେ ଅତିରିକ୍ତ ଭାବେ ୭ଦିନ ପର୍ଯ୍ୟନ୍ତ ଦିନକୁ ୨ଶହ ଟଙ୍କା ଜରିମାନା ଗଣିବାକୁ ପହିବ। ଏହାପରେ ସମ୍ପୃକ୍ତ କୁକୁରକୁ ଜବତ କରାଯିବ ଓ ତାହାର ରକ୍ଷଣାବେକ୍ଷଣ ପାଇଁ ଦିନକୁ ୨ଶହ ଟଙ୍କା ହିସାବରେ ମାଲିକଙ୍କୁ ଦେବାକୁ ପଡିବ। ୭ଦିନ ଭିତରେ ମାଲିକ କୁକୁର ନ ନେଲେ ରେଜିଷ୍ଟ୍ରେଶନ ବାତଲ କରିବା ସହ କୁକୁରରୁ ସାର୍ବଜନୀନ ଭାବେ ବିକ୍ରୟ କିମ୍ବା ଆଡପ୍ଟ କରାଯିବ। ସେହିପରି ଗୋଟିଏ ବର୍ଷରେ ୩ଥର ନିୟମର ଉଲ୍ଲଂଘନ କଲେ ରେଜିଷ୍ଟ୍ରେଶନ ବାତିଲ କରାଯିବ। କୁକୁର ଆକ୍ରମଣରେ କାହାକୁ ଆଘାତ ଲାଗିଲେ ବା ମୃତ୍ୟୁ ହେଲେ, ଏଥିପାଇଁ ସମ୍ପୃକ୍ତ ମାଲିକ ଦାୟୀ ରହିବେ। ଏହାବାଦ ବ୍ୟବସାୟିକ ଭିତ୍ତିରେ କୁକୁରଙ୍କୁ ବ୍ୟବହାର କରିବା, ପାଗଳ ଏବଂ ହିଂସ୍ରାତ୍ମକ କୁକୁରଙ୍କୁ କିପରି ଆୟତ୍ତରେ ରଖାଯିବ ଏ ସମସ୍ତ ଦିଗକୁ ଧ୍ୟାନ ଦେଇ ଡ୍ରାଫ୍ଟ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri