ଖୁବ୍‌ଶୀଘ୍ର ପେଟ୍‌ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର, ୨୦।୩ (ବ୍ୟୁରୋ): ରାଜଧାନୀରେ କୁକୁର ରଖିବା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଖୁବ୍‌ଶୀଘ୍ର ଜାରିହେବ ଗାଇଡ୍‌ଲାଇନ୍‌। ପୂର୍ବରୁ ଏହାର ଡ୍ରାଫ୍ଟ ପ୍ରସ୍ତୁତ ସରିଥିବାବେଳେ ଆସନ୍ତା ୨୧ ତାରିଖରେ ଏଥିପାଇଁ ସ୍ବତନ୍ତ୍ର ବୈଠକ ବସିବାକୁ ଯାଉଛି। ଏହି ବୈଠକରେ ପ୍ରାଣୀପ୍ରେମୀ, ସମସ୍ତ କର୍ପୋରେଟର ଏବଂ ବିଏମ୍‌ସି ଅଧିକାରୀମାନେ ଯୋଗଦେବେ। ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଉପରେ ଆଲୋଚନା କରାଯିବା ସହ ଆବଶ୍ୟକ ପଡିଲେ ସମ୍ପୃକ୍ତ ଡ୍ରାଫ୍ଟରେ ସଂଶୋଧନ କରାଯିବ। ଏହାପରେ ଗାଇଡ୍‌ଲାଇନ୍‌ ପ୍ରସ୍ତୁତ ହେବ। ଆସନ୍ତା କର୍ପୋରେଶନ୍‌ରେ ବିଧିବଦ୍ଧ ଭାବେ ଏହାକୁ ପାସ୍‌ କରାଯାଇ ସର୍ବସାଧାରଣଙ୍କ କ୍ଷେତ୍ରରେ ଲାଗୁ କରାଯିବ ବୋଲି ବିଏମ୍‌ସି ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ୱରରେ କୁକୁର କାମୁଡ଼ାରେ ଦୁଇଜଣ ଆହତ ହେବା ପରେ ପୋଷା କୁକୁରଙ୍କ ପାଇଁ ବିଏମ୍‌ସି ଗାଇଡ୍‌ଲାଇନ୍‌ ଆଣିବାକୁ ଚିନ୍ତା କରିଥିଲା। ଡ୍ରାଫ୍ଟ ପ୍ରସ୍ତୁତ କରିବା ପୂର୍ବରୁ ପ୍ରାଣୀପ୍ରେମୀ, ବିଭିନ୍ନ ବର୍ଗର ଲୋକଙ୍କ ସହିତ ଆଲୋଚନା କରାଯାଇଥିଲା। ତେବେ ଡ୍ରାଫ୍ଟ ଗାଇଡ୍‌ଲାଇନ୍‌ ନେଇ ବୈଠକ ବସିବା ପୂର୍ବରୁ ମଧ୍ୟ ଏଥିରେ ଅନେକ ସଂଶୋଧନ କରାଯାଇଛି। ଯେପରିକି ପୂର୍ବରୁ ଜଣେ ମାଲିକ ଅତି ବେଶିରେ ୨ଟି କୁକୁର ରଖିପାରିବେ ବୋଲି ନିୟମ କରାଯାଇଥିବା ବେଳେ ପରେ ଏହାକୁ ବଦଳାଇ ଦିଆଯାଇଛି।
ପ୍ରସ୍ତୁତ ହୋଇଥିବା ଡ୍ରାଫ୍ଟ ଅନୁଯାୟୀ, କୁକୁରମାନଙ୍କର ରେଜିଷ୍ଟ୍ରେଶନ ଏବଂ ପ୍ରାଣୀ ଚିକିତ୍ସକଙ୍କଠାରୁ ଟୀକାକରଣର ସାର୍ଟିଫିକେଟ ରଖିବା ବାଧ୍ୟତାମୂଳକ କରାଯାଇଛି। ପଞ୍ଜୀକରଣ ପାଇଁ ୫ଶହ ଏବଂ ରିନ୍ୟୁ କରିବା ପାଇଁ ୨୫୦ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ପଞ୍ଜୀକରଣ ଏକ୍ସପାଏରୀ ହେବା ପରେ ରିନ୍ୟୁ କଲେ ୩୫୦ଟଙ୍କା ଦେବାକୁ ପଡିବ। କୁକୁର ମାଲିକମାନଙ୍କୁ ମେଟାଲ ଟୋକନ କିମ୍ବା ଟ୍ୟାଗ ପ୍ରଦାନ କରାଯିବ। ସେହିପରି ଯେଉଁ ବ୍ୟକ୍ତିମାନେ ନିଜ ପୋଷା କୁକୁରଙ୍କୁ ବିଭିନ୍ନ ଖେଳ ଏବଂ ଡଗ୍‌ ଶୋ’ରେ ସାମିଲ କରାଇବେ ସେମାନଙ୍କୁ ବିଏମ୍‌ସିଠାରୁ ଗେମ୍‌ ରେଜିଷ୍ଟ୍ରେଶନ ସାର୍ଟିଫିକେଟ ନେବାକୁ ପଡିବ। ଏଥିପାଇଁ ସେମାନଙ୍କୁ ପ୍ରତି କୁକୁର ପିଛା ୨ଶହ ଟଙ୍କା ଦେବାକୁ ପଡିବ। କୁକୁର ମାଲିକ ଏହି ନିୟମକୁ ଉଲ୍ଲଂଘନ କଲେ ପଞ୍ଜୀକରଣ ପ୍ରାଧିକରଣ ଦ୍ୱାରା ତାଙ୍କୁ ଦଣ୍ଡିତ ହେବାକୁ ପଡିବ, ଏପରିକି ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିପାରେ। ଯଦି ଏହି ଉଲ୍ଲଂଘନ ଜାରିରହେ ତେବେ ଅତିରିକ୍ତ ଭାବେ ଦିନକୁ ୨ଶହ ଟଙ୍କା ଜରିମାନା ୭ଦିନ ପର୍ଯ୍ୟନ୍ତ ଦେବେ। ଏହାପରେ ସମ୍ପୃକ୍ତ କୁକୁରକୁ ଜବତ କରାଯିବ ଏବଂ ତାହାର ରକ୍ଷଣାବେକ୍ଷଣ ପାଇଁ ଦିନକୁ ୨ଶହ ଟଙ୍କା ହିସାବରେ ମାଲିକଙ୍କୁ ଦେବାକୁ ପଡିବ। ୭ଦିନ ଭିତରେ କୁକୁରକୁ ମାଲିକ ନ ନେଲେ ରେଜିଷ୍ଟ୍ରେଶନ ବାତିଲ କରିବା ସହ କୁକୁରରୁ ସାର୍ବଜନୀନ ଭାବେ ବିକ୍ରୟ କିମ୍ବା ଆଡପ୍ଟ କରାଯିବ। ସେହିପରି ଗୋଟିଏ ବର୍ଷରେ ଅତି ବେଶିରେ ୩ଥର ନିୟମ ଉଲ୍ଲଂଘନ କଲେ ମଧ୍ୟ ରେଜିଷ୍ଟ୍ରେଶନ ବାତିଲ କରାଯିବ ବୋଲି ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri