Posted inଖେଳ

ଜନ୍ମଦିନରେ ହାଟ୍ରିକ୍‌ ନେଇଥିବା ବିଶ୍ୱର ଏକମାତ୍ର ଖେଳାଳି ହେଉଛନ୍ତି ଏହି କ୍ରିକେଟର, ରେକର୍ଡ ଭାଙ୍ଗିନାହାନ୍ତି କେହି

ନୂଆଦିଲ୍ଲୀ,୯।୧: କ୍ରିକେଟରେ କିଛି ବି ସମ୍ଭବ। ହେଲେ ଦୀର୍ଘଦିନର କ୍ରିକେଟ ଇତିହାସରେ ଏପରି କିଛି ଘଟଣା ଅଛି, ଯାହା ଥରଟିଏ ହୋଇଛି। ଏଭଳି ଜଣେ ଖେଳାଳି ଅଛନ୍ତି ଯିଏ ନିଜର ଜନ୍ମଦିନରେ ହାଟ୍ରିକ୍‌ କରିଥିଲେ। ସେ ହେଉଛନ୍ତି ଅଷ୍ଟ୍ରେଲିଆର ପୂର୍ବ ଦ୍ରୁତ ବୋଲର ପିଟର ସିଡଲ। ଇଂଲଣ୍ଡ ବିପକ୍ଷ ଏକ ସିରିଜରେ ହାଟ୍ରିକ୍‌ ନେଇ ସମସ୍ତଙ୍କୁ ଚମକାଇ ଦେଇଥିଲେ। ନିଜ ଜନ୍ମଦିନରେ ଏଭଳି ସଫଳତା ପାଇବାରେ ସେ ପ୍ରଥମ ଖେଳାଳି। ଏବେ ୩୬ ବର୍ଷୀୟ ପିଟର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇସାରିଛନ୍ତି।

ପିଟର ୨୦୦୮ରେ ଭାରତ ବିପକ୍ଷରେ ନିଜର ଡେବ୍ୟୁ କରିଥିଲେ। ଏହାପରେ ସେ ଅଷ୍ଟ୍ରେଲିଆ ପକ୍ଷରୁ ୬୭ ଟେଷ୍ଟ ମ୍ୟାଚ୍‌, ୨୦ ଦିନିକିଆ ଏବଂ ୨ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଆହତ ହେବା କାରଣରୁ ସେ ଅସୁବିଧାରେ ପଡ଼ୁଥିଲେ ହେଁ ୨୨୧ ଉଇକେଟ ନେବାରେ ସଫଳ ହୋଇଛନ୍ତି। ଟିମ୍‌ର ସବୁଠାରୁ ଅଧିକ ଉଇକେଟ ନେଇଥିବା ଖେଳାଳି ତାଲିକାରେ ସେ ୧୩ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

ନିର୍ବାଚନ: ଆଞ୍ଚଳିକ ଦଳ ବନାମ ଏନ୍‌ଡିଏ

କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହ ୪ଟି ରାଜ୍ୟ ବିଧାନସଭା ପାଇଁ ଚଳିତ ମାସରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମସ୍ତ ରାଜ୍ୟରେ ରହିଛି ମୋଟ ୮୨୪ଟି…

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri