Posted inଜାତୀୟ

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା ସହ ଏହାକୁ ପ୍ରତ୍ୟାହାର କରିନେବା ପାଇଁ ଆବେଦନକାରୀଙ୍କୁ ଅନୁମତି ପ୍ରଦାନ କରିଥିଲେ। ଆବେଦନକାରୀ ଆଇନଜୀବୀ ବିଶାଲ ତିଓ୍ବାରୀ ପିଟିଶନ ଫେରାଇନେବା ଫଳରେ ଏହା ଖାରଜ ହୋଇଯାଇଥିବା ଜଷ୍ଟିସ୍‌ ବେଲା ଏମ୍‌. ତ୍ରିବେଦୀ ଓ ପଙ୍କଜ ମିଥାଲଙ୍କ ଅବକାଶକାଳୀନ ଖଣ୍ଡପୀଠ କହିଛନ୍ତି। ଗତବର୍ଷ ଡିସେମ୍ବର ୨୧ରେ ୩ ଆପରାଧିକ ବିଧେୟକ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ବିଲ୍‌ ଲୋକ ସଭାରେ ଗୃହୀତ ହୋଇ ୨୫ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ ପରେ ଆଇନରେ ପରିଣତ ହୋଇଥିଲା। ଭାରତୀୟ ଦଣ୍ଡ ସଂହିତା (ଆଇପିସି), ଆପରାଧିକ ପ୍ରକ୍ରିୟା ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ ସ୍ଥାନରେ ତାହା ଲାଗୁ ହେବାକୁ ଯାଉଛି। ଉକ୍ତ ୩ ନୂଆ ଆଇନର କାର୍ଯ୍ୟକାରିତା ଉପରେ ସ୍ଥଗିତାଦେଶ ଲାଗୁ କରିବା ପାଇଁ ତିଓ୍ବାରୀ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରିଥିଲେ। ଖଣ୍ଡପୀଠ କହିଥିଲେ, ନୂଆ ଆଇନ ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଆବେଦନକାରୀ କୌଣସି ଚିନ୍ତା ନ କରି ଆକସ୍ମିକ ଭାବେ ଏଭଳି ପିଟିଶନ ଦାଏର କରିଛନ୍ତି। ଯଦି ଏହା ଉପରେ ଅଧିକ ଯୁକ୍ତି କରିବ ତେବେ ସେଥିପାଇଁ ମୂଲ୍ୟ ସହ ପିଟିଶନକୁ ଖାରଜ କରାଯିବ ବୋଲି ଖଣ୍ଡପୀଠ କହିବା ପରେ ଆବେଦନକୁ ପ୍ରତ୍ୟାହାର କରିନେବା ପାଇଁ ତିଓ୍ବାରୀ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri