Posted inଜାତୀୟ

ଧର୍ମାନ୍ତରୀକରଣ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆବେଦନ: କେନ୍ଦ୍ରକୁ ନୋଟିସ

ନୂଆଦିଲ୍ଲୀ,୨୪ା୯(ପି.ଟି.): ଧମକ ଦେଇ କିମ୍ବା ପ୍ରଲୋଭନ ଦେଖାଇ ବଳପୂର୍ବକ ଧର୍ମାନ୍ତରୀକରଣ କରାଯାଉଥିବାରୁ ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦେବାକୁ ଦାଏର ପିଟିଶନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କ ଖଣ୍ଡପୀଠ ଏନେଇ ସ୍ବରାଷ୍ଟ୍ର ଏବଂ ଆଇନ ମନ୍ତ୍ରଣାଳୟକୁ ନୋଟିସ ଜାରି କରି ନଭେମ୍ବର ୧୪ ସୁଦ୍ଧା ଜବାବ ଦାଖଲ କରିବାକୁ କହିଛନ୍ତି। ବଳପୂର୍ବକ ଧର୍ମାନ୍ତରୀକରଣ ବିରୋଧରେ କେନ୍ଦ୍ର ଓ ରାଜ୍ୟ ସରକାର କଠୋର ପଦକ୍ଷେପ ନେବା ଲାଗି ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିଲେ। ଧର୍ମାନ୍ତରୀକରଣ ଏକ ଦେଶବ୍ୟାପୀ ସମସ୍ୟା ହୋଇଥିବାରୁ ତୁରନ୍ତ ଏହାକୁ ରୋକାଯିବା ଆବଶ୍ୟକ ବୋଲି ସେ ଯୁକ୍ତି ଦର୍ଶାଇଥିଲେ। ଏଥିରୁ କୌଣସି ଗୋଟିଏ ବି ଜିଲା ମୁକ୍ତ ନୁହେଁ। ଏଥିପାଇଁ ନାଗରିକମାନେ ଗୁରୁତର କ୍ଷତିଗ୍ରସ୍ତ ହେଉଛନ୍ତି। ଜୋର୍‌ଜବରଦସ୍ତ ଧର୍ମାନ୍ତରୀକରଣ କରାଯାଉଥିବା ନେଇ ସାରା ଦେଶରୁ ପ୍ରତି ସପ୍ତାହରେ ଖବର ଆସୁଛି। ଏହାକୁ ବନ୍ଦ କରିବା ଦିଗରେ କେନ୍ଦ୍ର ଏବଂ ରାଜ୍ୟ ସରକାର ପଦକ୍ଷେପ ନେଉ ନ ଥିବା ଉପାଧ୍ୟାୟ ତାଙ୍କ ଆବେଦନରେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?