Posted inଜାତୀୟ

ଇଭିଏମ୍‌ ବିରୋଧରେ ଆବେଦନ ଖାରଜ: ଆବେଦନକାରୀଙ୍କ ଉପରେ ୧୦ହଜାର ଟଙ୍କା ଜରିମାନା ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୩।୮: ଇଲେକ୍ଟ୍ରୋନିକ୍‌ ଭୋଟିଂ ମେସିନ(ଇଭିଏମ)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ପ୍ରତ୍ୟାଖ୍ୟାନ କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି, ଏହି ଆବେଦନକୁ ପ୍ରଚାର ପାଇଁ ଦାଖଲ କରାଯାଇଥିଲା। ଏଥିପାଇଁ ଆବେଦନକାରୀଙ୍କ ଉପରେ ୧୦ହଜାର ଟଙ୍କା ଜରିମାନା ଲଗାଇଛନ୍ତି କୋର୍ଟ। ଆବେଦନକାରୀମାନେ ଇଭିଏମ ଉପରେ ପ୍ରଶ୍ନ ଉଠାଇଛନ୍ତି ସତ କିନ୍ତୁ ଇଭିଏମ ବିଷୟରେ ସେମାନଙ୍କ ପାଖରେ କୌଣସି ନିର୍ଦ୍ଧିଷ୍ଟ ସୂଚନା ନାହିଁ ବୋଲି କୋର୍ଟ ମନ୍ତବ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ, ଆଗାମୀ ନିର୍ବାଚନରେ ଇଭିଏମ୍‌ ବଦଳରେ ବାଲାଟ ପେପର କରିବା ଆବେଦନ ଉପରେ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ଶୁଣାଣି କରିଛନ୍ତି। ଏହି ସମୟରେ ଆବେଦନକାରୀ କହିଛନ୍ତି ଯେ, ବିଶ୍ୱର ଅନେକ ଦେଶରେ ଇଭିଏମ ବଦଳରେ ପୁଣି ଥରେ ବାଲାଟ ପେପର ଜରିଆରେ ନିର୍ବାଚନ କରାଯାଉଛି। ଯେଉଁ ଦେଶ ପ୍ରଥମେ ଇଭିଏମ ଆରମ୍ଭ କରିଥିଲା ସେହି ଦେଶ ପୁଣିଥରେ ବାଲାଟ ପେପରକୁ ଫେରିଛି। ଆମ ଦେଶର ଅନେକ ଦଳର ରାଜନେତା ମଧ୍ୟ ଇଭିଏମ୍‌ ଉପରେ ବିଶ୍ୱାସ କରନ୍ତି ନାହିଁ। କେବଳ କେନ୍ଦ୍ରୀୟ ନିର୍ବାଚନ ଆୟୋଗର ଇଭିଏମ ଉପରେ ବିଶ୍ୱାସ ରହିଛି ବୋଲି ଆବେଦନକାରୀ କହିଛନ୍ତି। ଅନ୍ୟପଟେ ଶୁଣାଣି ସମୟରେ କୋର୍ଟ ଆବେଦନକାରୀଙ୍କୁ ପ୍ରଶ୍ନ କରିଥିଲେ ଯେ, ସେ କେଉଁ ଆଧାରରେ ଇଭିଏମ୍‌ରେ ତ୍ରୁଟି ରହିଛି ବୋଲି କହୁଛନ୍ତି। ଏହାର ଉତ୍ତରରେ ଆବେଦନକାରୀ କହିଥିଲେ, ଜର୍ମାନୀର ସୁପ୍ରିମକୋର୍ଟ ମଧ୍ୟ ଇଭିଏମ ବ୍ୟବହାରକୁ ଅସାମ୍ବିଧାନିକ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri