ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ ପଞ୍ଚାୟତକୁ ବଦଳି ହୋଇଛି। ଏହାକୁ ନେଇ କୋକସରା ପଞ୍ଚାୟତର ଓ୍ବାର୍ଡସଭ୍ୟାସଭ୍ୟମାନେ ପିଇଓ ଭବିଷ୍ୟତ ପଟେଲଙ୍କ ବଦଳି ବାତିଲ କରିବା ସହ ପୁନର୍ବାର କୋକସରା ପଞ୍ଚାୟତରେ ଅବସ୍ଥାପିତ କରିବାକୁ ବୁଧବାର କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ହିମାଞ୍ଚଳ ମାଝୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ସୂଚନା ମତେ କୋକସରା ପଞ୍ଚାୟତର ପିଇଓ ଭବିଷ୍ୟତ ପଟେଲଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଅନ୍ୟ ପଞ୍ଚାୟତକୁ ବଦଳି କରାଯାଇ ତାଙ୍କ ସ୍ଥାନରେ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଏଠାରେ ଅବସ୍ଥାପିତ ଥିବା ପିଇଓ ବିରଞ୍ଚି ଖର୍ସେଲଙ୍କୁ ପୁଣିଥରେ ନିଯୁକ୍ତ କରାଯାଇଛି। ତେବେ ଖର୍ସେଲ ବ୍ଲକରେ ଭାରପ୍ରାପ୍ତ ଜିପିଡିଓ ଦାୟିତ୍ୱରେ ମଧ୍ୟ ରହିଛନ୍ତି। ଏଣୁ ସେ ପିଇଓ ରହିଲେ ପଞ୍ଚାୟତ ପାଇଁ ଯଥେଷ୍ଟ ସମୟ ଦେଇ ପାରିବେ ନାହିଁ ଓ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ସମେତ ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟାହତ ସୃଷ୍ଟି ହେଉଥିବା ଓ ତାଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରି ସଭ୍ୟାସଭ୍ୟମାନେ ଅଭିଯୋଗ କରିଛନ୍ତି। ଯଦି ବ୍ଲକ ପ୍ରଶାସନ ୧୦ ଦିନ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ ନକଲେ ଓ୍ବାର୍ଡମେମ୍ବର ସମୂହ କୋକସରା ପଞ୍ଚାୟତରେ ତାଲା ପକାଇବା ସହ ସାମୂହିକ ଭାବେ ଇସ୍ତଫା ଦେବାକୁ ଚେତାବନୀ ଦେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ଓ୍ବାର୍ଡସଭ୍ୟ ଟୁନା ବାଗ, ପାର୍ଥ ଗୋପାଳ, କାମାକ୍ଷ ପ୍ରଧାନୀ, ନଳିନୀ ପ୍ରଭା ପଣ୍ଡା, ବିନୋଦିନୀ ବିଶି, ସୁଜାତା ରାଉତ, ଶୋଭନୀ ଦୁର୍ଗା, ଅନିତା ମାଝୀ, ଲୋଚନା ବିଶି କ୍ଷୀର ପାଣିଗ୍ରାହୀ, ଖଲୋନୀ ନାଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri