ପୂର୍ବ ପିଇଓଙ୍କ ବଦଳି ସ୍ଥଗିତ କରିବାକୁ ଦାବିପତ୍ର

କୋକସରା,୧୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ସଦର ମହକୁମା ସଦର କୋକସରା ପଞ୍ଚାୟତରେ ପୂର୍ବରୁ ଅବସ୍ଥାପିତ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଅନ୍ୟ ପଞ୍ଚାୟତକୁ ବଦଳି ହୋଇଛି। ଏହାକୁ ନେଇ କୋକସରା ପଞ୍ଚାୟତର ଓ୍ବାର୍ଡସଭ୍ୟାସଭ୍ୟମାନେ ପିଇଓ ଭବିଷ୍ୟତ ପଟେଲଙ୍କ ବଦଳି ବାତିଲ କରିବା ସହ ପୁନର୍ବାର କୋକସରା ପଞ୍ଚାୟତରେ ଅବସ୍ଥାପିତ କରିବାକୁ ବୁଧବାର କୋକସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ହିମାଞ୍ଚଳ ମାଝୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ସୂଚନା ମତେ କୋକସରା ପଞ୍ଚାୟତର ପିଇଓ ଭବିଷ୍ୟତ ପଟେଲଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଅନ୍ୟ ପଞ୍ଚାୟତକୁ ବଦଳି କରାଯାଇ ତାଙ୍କ ସ୍ଥାନରେ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ଏଠାରେ ଅବସ୍ଥାପିତ ଥିବା ପିଇଓ ବିରଞ୍ଚି ଖର୍ସେଲଙ୍କୁ ପୁଣିଥରେ ନିଯୁକ୍ତ କରାଯାଇଛି। ତେବେ ଖର୍ସେଲ ବ୍ଲକରେ ଭାରପ୍ରାପ୍ତ ଜିପିଡିଓ ଦାୟିତ୍ୱରେ ମଧ୍ୟ ରହିଛନ୍ତି। ଏଣୁ ସେ ପିଇଓ ରହିଲେ ପଞ୍ଚାୟତ ପାଇଁ ଯଥେଷ୍ଟ ସମୟ ଦେଇ ପାରିବେ ନାହିଁ ଓ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ସମେତ ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟାହତ ସୃଷ୍ଟି ହେଉଥିବା ଓ ତାଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରି ସଭ୍ୟାସଭ୍ୟମାନେ ଅଭିଯୋଗ କରିଛନ୍ତି। ଯଦି ବ୍ଲକ ପ୍ରଶାସନ ୧୦ ଦିନ ମଧ୍ୟରେ କୌଣସି ପଦକ୍ଷେପ ଗ୍ରହଣ ନକଲେ ଓ୍ବାର୍ଡମେମ୍ବର ସମୂହ କୋକସରା ପଞ୍ଚାୟତରେ ତାଲା ପକାଇବା ସହ ସାମୂହିକ ଭାବେ ଇସ୍ତଫା ଦେବାକୁ ଚେତାବନୀ ଦେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ଓ୍ବାର୍ଡସଭ୍ୟ ଟୁନା ବାଗ, ପାର୍ଥ ଗୋପାଳ, କାମାକ୍ଷ ପ୍ରଧାନୀ, ନଳିନୀ ପ୍ରଭା ପଣ୍ଡା, ବିନୋଦିନୀ ବିଶି, ସୁଜାତା ରାଉତ, ଶୋଭନୀ ଦୁର୍ଗା, ଅନିତା ମାଝୀ, ଲୋଚନା ବିଶି କ୍ଷୀର ପାଣିଗ୍ରାହୀ, ଖଲୋନୀ ନାଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri