Posted inଜାତୀୟ

ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଆବେଦନ ସୁପ୍ରିମ୍‌କୋର୍ଟରେ ଖାରଜ…

ନୂଆଦିଲ୍ଲୀ,୧୨।୧୧ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପଦରୁ ହଟାଇବାକୁ ନିର୍ଦ୍ଦେଶ ଦେବାକୁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ପିଟିଶନରେ ଦର୍ଶାଯାଇଥିଲା ଯେ ନୀତୀଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ନିଯୁକ୍ତି ଭାରତର ସମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁଛି।

ଜଷ୍ଟିସ ଏମଆର ଶାହା ଏବଂ ଜଷ୍ଟିସ ଏମ.ଏମ ସୁନ୍ଦରେଶଙ୍କ ନେତୃତ୍ୱରେ ଗଠିତ ଏକ ଖଣ୍ଡପୀଠ କହିଛନ୍ତି ଯେ ନିର୍ବାଚନ ପରେ ମେଣ୍ଟ ପାଇଁ ଦଳବଦଳ ଆଇନ ଏବଂ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ଏହି ଅନୁମତି ଦିଆଯାଇଛି। ଏହା ସହିତ ଖଣ୍ଡପୀଠ ଏହି ଜନସ୍ବାର୍ଥ ମାମଲାକୁ ଖାରଜ କରିଛନ୍ତି।

ଆବେଦନକାରୀ ଚନ୍ଦନ କୁମାର କୋର୍ଟଙ୍କୁ କହିଥିଲେ ଯେ ନୀତୀଶ କୁମାର ନିର୍ବାଚନ ପୂର୍ବରୁ ଭାଜପା ସହ ଏକ ମେଣ୍ଟ କରିଛନ୍ତି। ପରେ ସେ ଆରଜେଡି ସହିତ ମିଳିତ ଭାବେ ସରକାର ଗଠନ କଲେ, ଏହା ଭୋଟରଙ୍କ ସହିତ ଠକେଇ। ତେଣୁ ଭୋଟରଙ୍କୁ ପ୍ରତାରଣା କରିବା ଆଧାରରେ ତାଙ୍କୁ ପଦବୀରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯିବା ଉଚିତ। ଏହି ସମୟରେ ସେ ଦଳବଦଳ ଆଇନ ତଥା ଦଶମ ସୂଚୀରେ ସଂଶୋଧନ ପାଇଁ ଏକ ଆଇନ ପ୍ରଣୟନ କରିବାକୁ ସଂସଦକୁ ନିର୍ଦ୍ଦେଶ ଦେବାକୁ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri