Categories: ବାଣିଜ୍ୟ

ଶସ୍ତା ହେବ ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୧।୫: କମିଲା ତୈଳ ଦର। କେନ୍ଦ୍ର ସରକାରଙ୍କ ପକ୍ଷରୁ ପେଟ୍ରୋଲ ଲିଟର ପିଛା ୯.୫୦ ଟଙ୍କା ଓ ଡିଜେଲ ଲିଟର ପିଛା ୭ ଟଙ୍କା ହ୍ରାସ କରାଯାଇଛି। ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାର ଉତ୍ପାଦନ ଶୁଳ୍କ କମାଇବାକୁ ନିଷ୍ପତ୍ତି ନେଇଥିବାରୁ ତୈଳ ଦର ହ୍ରାସ ପାଇବ ବୋଲି ଜଣାପଡ଼ିଛି। ପେଟ୍ରୋଲ ଉପରୁ ଉତ୍ପାଦନ ଶୁଳ୍କ ଲିଟର ପିଛା ୮ ଟଙ୍କା ଓ ଡିଜେଲ ଉପରୁ ଲିଟର ପିଛା ୬ ଟଙ୍କା କମାଇବାକୁ ନିଷ୍ପତ୍ତି ହୋଇଛି। ଏଥିଯୋଗୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବ।

Share