Posted inଜାତୀୟ

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନାହିଁ। ଏହାପୂର୍ବରୁ ସରକାର ୧ ମଇ ୨୦୨୬ରୁ ୧୯ କିଲୋଗ୍ରାମ ବିଶିଷ୍ଟ ବାଣିଜ୍ୟିକ (Commercial) ଏଲପିଜି ସିଲିଣ୍ଡର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ପରେ ଦିଲ୍ଲୀରେ ଏହାର ମୂଲ୍ୟ ୯୯୩ ଟଙ୍କାରୁ ବଢ଼ି ୩,୦୭୧.୫୦ ଟଙ୍କାରେ ପହଞ୍ଚିଛି।

ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଅନ୍ତର୍ଜାତୀୟ ବଜାରରେ କଞ୍ଚା ତୈଳ (Crude Oil) ଦର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, ଯାହାଫଳରେ ତୈଳ କମ୍ପାନୀଗୁଡ଼ିକ ପ୍ରବଳ କ୍ଷତି ସହୁଛନ୍ତି। ଆମେରିକା-ଇରାନ ଯୁଦ୍ଧ କାରଣରୁ କଞ୍ଚା ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର ଅତିକ୍ରମ କରିଛି। ଅନେକ ଦେଶରେ ପୂର୍ବରୁ ହିଁ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇସାରିଛି। ତେଣୁ ଭାରତରେ ମଧ୍ୟ ଏହି ବୃଦ୍ଧିର ସମ୍ଭାବନା ଜୋର ଧରିଛି, କିନ୍ତୁ କେତେ ଟଙ୍କା ବଢ଼ିବ ସେ ନେଇ ସ୍ଥିତି ସ୍ପଷ୍ଟ ହୋଇନାହିଁ।

ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ, ବିଶ୍ୱ ବଜାରରେ କଞ୍ଚା ତୈଳ ଦରରେ ଅସ୍ଥିରତା ସତ୍ତ୍ୱେ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବଢ଼ିବାକୁ ଦିଆଯାଇ ନାହିଁ। ଭାରତ ସରକାର ‘ଭୟ’କୁ ନୀତି ହେବାକୁ ଦେଇନାହାନ୍ତି ଏବଂ ଦେଶର ରୋଷେଇ ଘର ପର୍ଯ୍ୟନ୍ତ ଜାଳେଣି ଯୋଗାଣ ବାଧାପ୍ରାପ୍ତ ହୋଇନାହିଁ ବୋଲି ସେ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri