ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୩୯ ଡଲାର ରେକର୍ଡ ସ୍ତରରେ ପହଞ୍ଚିଛି।

ତେବେ ଯୁଦ୍ଧ ଶେଷ ନ ହେଲେ ଏହା ବ୍ୟାରେଲ୍‌ ପିଛା ୩୦୦ ଡଲାରରେ ପହଞ୍ଚିବାର ଆଶଙ୍କା ରହିଛି। ଏସମ୍ପର୍କରେ ସୂଚନା ରୁଷିଆ ଉପ ପ୍ରଧାନମନ୍ତ୍ରୀ ଆଲେକ୍ସଜାଣ୍ଡାର ନୋଓ୍ବାକ୍‌ ପ୍ରଦାନ କରିଛନ୍ତି। ନୋଓ୍ବାକ୍‌ଙ୍କ ଏହି ସୂଚନା ରୁଷିଆ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପ୍ରକାଶ ପାଇଛି।

ଏଭଳି ହେଲେ ଭାରତ ସମେତ ପୃଥିବୀର ସମସ୍ତ ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇବାରେ ଲାଗିଛି। ଆମେରିକା ବିଦେଶମନ୍ତ୍ରୀ ଏଣ୍ଟୋନି ବ୍ଲିଙ୍କନ କହିଛନ୍ତି ଯେ, ଆମେରିକା ଏବଂ ୟୁରୋପୀୟ ଦେଶ ସମୂହ ରୁଷିଆରୁ ତୈଳ ଆମଦାନୀ ଉପରେ କଟକଣା ଲଗାଇବାକୁ ବିଚାର କରୁଛନ୍ତି। ରୁଷିଆ ବିଶ୍ୱର ବୃହତ୍ତମ ତୈଳ ଉତ୍ପାଦନକାରୀ ଦେଶ ମଧ୍ୟରୁ ଅନ୍ୟତମ। ରୁଷିଆ ୟୁରୋପକୁ ୪୦ ପ୍ରତିଶତ ତୈଳ ଏବଂ ଗ୍ୟାସ୍‌ ରପ୍ତାନୀ କରିଥାଏ। ଭାରତ ମଧ୍ୟ ରୁଷିଆଠାରୁ ଅଶୋଧିତ ତୈଳ କ୍ରୟ କରିଥାଏ।

ଜେପି ମୋର୍ଗାନ ପୂର୍ବାନୁମାନ କରିଛି ଯେ ୨୦୨୨ରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୮୫ ଡଲାର ଛୁଇଁପାରେ। ଜେପି ମୋର୍ଗାନର ବିଶେଷଜ୍ଞଙ୍କ ଅନୁଯାୟୀ, ଯଦି ରୁଷିଆରୁ ଆସୁଥିବା ତୈଳ ଯୋଗାଣ ପ୍ରଭାବିତ ହୁଏ, ତେବେ ଏହା ଦିନକୁ ୩ ମିଲିୟନ ବ୍ୟାରେଲ ଅର୍ଥାତ୍‌ ୩୦ ଲକ୍ଷ ବ୍ୟାରେଲ ଅଶୋଧିତ ତୈଳର ଚାହିଦା ଉପରେ ପ୍ରଭାବ ପକାଇବ। ୨୦୦୮ରେ ଅଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୪୭ ଡଲାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri