Posted inଜାତୀୟ

କମିବ ପେଟ୍ରୋଲ-ଡିଜେଲ ଦାମ, ଭଜନଲାଲ ସରକାରଙ୍କ ବଡ ନିଷ୍ପତ୍ତି

ଜଇପୁର,୧୪।୩: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପାର ଭଜନଲାଲ ସରକାର ରାଜସ୍ଥାନବାସୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଏବେ ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଆଶ୍ୱସ୍ତି ମିଳିବ। ଏଥି ସହିତ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ମଧ୍ୟ ବୃଦ୍ଧି ପାଇବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ନିଜେ ଏହି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ରାଜସ୍ଥାନର ଭଜନ ଲାଲ ସରକାର କ୍ୟାବିନେଟ ବୈଠକରେ ରାଜସ୍ଥାନରେ ପେଟ୍ରୋଲ ଡିଜେଲ ଉପରେ ଭାଟ ୨ ପ୍ରତିଶତ ହ୍ରାସ କରିଛନ୍ତି। ଭାଟ ଦୁଇ ପ୍ରତିଶତ ହ୍ରାସ ହେତୁ ପେଟ୍ରୋଲ ରାଜ୍ୟରେ ୧ଟଙ୍କା ୪୦ ପଇସାରୁ ୫ଟଙ୍କା ୩୦ ପଇସା ଶସ୍ତା ହେବ। ଏଥି ସହିତ ଡିଜେଲ ୧ଟଙଙ୍କା ୩୪ ପଇସାରୁ ୪ଟଙ୍କା ୮୫ ପଇସା ଶସ୍ତା ହେବ। ୧୫ ମାର୍ଚ୍ଚ ଶୁକ୍ରବାର ସକାଳ ୬ରୁ ନୂତନ ହାର ଲାଗୁ ହେବ। ଏହି ଦୁଇ ପ୍ରତିଶତ ହ୍ରାସ ବାର୍ଷିକ ୧୫୦୦କୋଟି ଟଙ୍କା ରାଜ୍ୟ ସରକାରଙ୍କ ଉପରେ ପଡ଼ିବ।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜସ୍ଥାନରେ ପେଟ୍ରୋଲ ଉପରେ ୩୧ପ୍ରତିଶତ ଭ୍ୟାଟ ଏବଂ ଡିଜେଲ ଉପରେ ୧୮ ପ୍ରତିଶତ ଭ୍ୟାଟ ଲାଗୁ କରାଯାଇଛି । ଏହା ବ୍ୟତୀତ ରାଜ୍ୟ କର୍ମଚାରୀଙ୍କ ଡିଏ ୪% ବୃଦ୍ଧି କରାଯାଇଛି। ରାଜସ୍ଥାନର ୮ ଲକ୍ଷ ସରକାରୀ କର୍ମଚାରୀ ଡିଏ ବୃଦ୍ଧିରେ ଉପକୃତ ହେବେ। ୪.୪୦ ଲକ୍ଷ ପେନସନଭୋଗୀ ମଧ୍ୟ ବର୍ଦ୍ଧିତ ଡିଏର ଲାଭ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri