କମିଲା ପେଟ୍ରୋଲ, ଡିଜେଲ ଦର

ଭୁବନେଶ୍ୱର, ୬।୯୩: ଦିନର ବିରତି ପରେ ଉଭୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟ ହ୍ରାସ ଘଟିଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ(ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୧୪ ପଇସା ଏବଂ ଡିଜେଲରେ ୧୫ ପଇସା କମିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୦୨.୦୪ ଟଙ୍କା ଏବଂ ଡିଜେଲ ଲିଟର ପିଛା ୯୬.୬୧ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ପେଟ୍ରୋଲ ଲିଟର ପିଛା ୧୦୨.୩୯ ଟଙ୍କା ଓ ଡିଜେଲ ଲିଟର ପିଛା ୯୬.୯୫ ଟଙ୍କା ରହିଛି। ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ଓ ପେଟ୍ରୋଲ ମୂଲ୍ୟ ଉପରେ ୧୫ ପଇସା ଲେଖାଏ ହ୍ରାସ ପାଇଥିବା ସୂଚନା ମିଳିଛି। ଏହି ଦର ହ୍ରାସ ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୮.୬୨ ଟଙ୍କା ଏବଂ ପେଟ୍ରୋଲ ୧୦୧.୧୯ ଟଙ୍କାରେ କାରବାର ହେଉଛି। ଅପରପକ୍ଷରେ ଦେଶର ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ଡିଜେଲ ଦର ମଧ୍ୟ ଯଥାକ୍ରମ ୯୩.୨୬ ଟଙ୍କା, ୯୧.୭୧ ଟଙ୍କା ଏବଂ ୯୬.୧୮ ଟଙ୍କା ରହିଛି। ଏହିସବୁ ମେଟ୍ରୋ ସହରରେ ପେଟ୍ରୋଲ ଦର ଯଥାକ୍ରମେ ୯୮.୯୬ ଟଙ୍କା, ୧୦୧.୬୨ ଟଙ୍କା ଏବଂ ୧୦୭.୨୬ ଟଙ୍କାରେ ପହଞ୍ଚତ୍ଛି। ବର୍ତ୍ତମାନ ସମୟରେ ମଧ୍ୟ ଦେଶର ପ୍ରମୁଖ ୧୯ ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ରହିଥିବା ବେଳେ ଡିଜେଲ ଦର ମଧ୍ୟ ୧୭ରାଜ୍ୟରେ ୯୦ ଟଙ୍କା ଟପିଯାଇଛି। ଏଭଳି ସମୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବହୁ ପରିମାଣରେ ହ୍ରାସ ଘଟୁଥିଲେ ମଧ୍ୟ ଭାରତ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳୁନାହିଁ। ତେଲ ଦର ବୃଦ୍ଧି ଯୋଗୁ ପରିବା ହାଟରୁ ପରିବହନ ସେବା ପର୍ଯ୍ୟନ୍ତ ସବୁ ସ୍ତରରେ ଦର ବୃଦ୍ଧି ପାଇଚାଲିଛି ବୋଲି ବଜାର ବିଶେଷଜ୍ଞମାନେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri