ପେଟ୍ରୋଲ ୩୬, ଡିଜେଲ ୩୯ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ, ୧।୧୧: କ୍ରମାଗତ ୫ମ ଦିନ ଲାଗି ସାରା ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୩୬ ପଇସା ଏବଂ ଡିଜେଲ ୩୯ ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୧୦.୩୨ ଟଙ୍କା ଏବଂ ଡିଜେଲ ୧୦୬.୯୯ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୧୦୭.୩୩ ଟଙ୍କା ଓ ପେଟ୍ରୋଲ ୧୧୦.୬୭ ଟଙ୍କାରେ ପହଞ୍ଚତ୍ଛି। ଗତ ୬ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟ ୧୦.୩୮ ଟଙ୍କା ବଢିଥିବାବେଳେ ପେଟ୍ରୋଲ ମୂଲ୍ୟ ୮.୨୮ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନର ସମ୍ପାଦକ ସଞ୍ଜୟ ଲାଠ କହିଛନ୍ତି। ସେହିଭଳି ରାଜ୍ୟରେ ସର୍ବାଧିକ ତୈଳ ଦର ମାଲକାନଗିରିରେ ପେଟ୍ରୋଲ ଲିଟର ପିଛା ୧୧୫.୯୦ ଟଙ୍କା ଥିବାବେଳେ ଡିଜେଲ ୧୧୨.୩୯ ଟଙ୍କାରେ କାରବାର
ହେଉଛି ବୋଲି ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ନୂଆଦିଲ୍ଲୀରେ ମଧ୍ୟ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୩୫ ପଇସା ଲେଖାଏ ବଢ଼ିଥିବା ତୈଳ ନିଗମ ପକ୍ଷରୁ ସୂଚନା ମିଳିଛି। ଏହା ଫଳରେ ସେଠାରେ ଡିଜେଲ ଲିଟର ପିଛା ୯୮.୦୭ ଟଙ୍କା ଏବଂ ପେଟ୍ରୋଲ ୧୦୯.୩୪ ଟଙ୍କା ରହିଛି। ଏହି ସମୟ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ୮.୧୫ ଟଙ୍କା ଏବଂ ଡିଜେଲ ୯.୪୫ ଟଙ୍କା ବଢ଼ିଲାଣି ବୋଲି ନିଗମ ପକ୍ଷରୁ କୁହାଯାଇଛି।
ଦେଶରେ ତେଲ ଦର ଥମିବାର ନା ଧରୁ ନାହିଁ; ଯାହା ଫଳରେ ଖାଉଟିଙ୍କ ଠାରୁ ଆରମ୍ଭ କରି ବିରୋଧୀ ରାଜନୈତିକ ଦଳ ଓ ଅନ୍ୟାନ୍ୟ ସଂଗଠନଗୁଡ଼ିକ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ ସାଙ୍ଗକୁ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri