ପେଟ୍ରୋଲ ୩୬, ଡିଜେଲ ୩୯ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ, ୧।୧୧: କ୍ରମାଗତ ୫ମ ଦିନ ଲାଗି ସାରା ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୩୬ ପଇସା ଏବଂ ଡିଜେଲ ୩୯ ପଇସା ବୃଦ୍ଧି ଘଟିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୧୦.୩୨ ଟଙ୍କା ଏବଂ ଡିଜେଲ ୧୦୬.୯୯ ଟଙ୍କାରେ ବିକ୍ରି ହେଉଛି। ସେହିଭଳି କଟକ ସହରରେ ଡିଜେଲ ଲିଟର ପିଛା ୧୦୭.୩୩ ଟଙ୍କା ଓ ପେଟ୍ରୋଲ ୧୧୦.୬୭ ଟଙ୍କାରେ ପହଞ୍ଚତ୍ଛି। ଗତ ୬ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ଡିଜେଲ ମୂଲ୍ୟ ୧୦.୩୮ ଟଙ୍କା ବଢିଥିବାବେଳେ ପେଟ୍ରୋଲ ମୂଲ୍ୟ ୮.୨୮ ଟଙ୍କା ବୃଦ୍ଧି ପାଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନର ସମ୍ପାଦକ ସଞ୍ଜୟ ଲାଠ କହିଛନ୍ତି। ସେହିଭଳି ରାଜ୍ୟରେ ସର୍ବାଧିକ ତୈଳ ଦର ମାଲକାନଗିରିରେ ପେଟ୍ରୋଲ ଲିଟର ପିଛା ୧୧୫.୯୦ ଟଙ୍କା ଥିବାବେଳେ ଡିଜେଲ ୧୧୨.୩୯ ଟଙ୍କାରେ କାରବାର
ହେଉଛି ବୋଲି ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ନୂଆଦିଲ୍ଲୀରେ ମଧ୍ୟ ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ୩୫ ପଇସା ଲେଖାଏ ବଢ଼ିଥିବା ତୈଳ ନିଗମ ପକ୍ଷରୁ ସୂଚନା ମିଳିଛି। ଏହା ଫଳରେ ସେଠାରେ ଡିଜେଲ ଲିଟର ପିଛା ୯୮.୦୭ ଟଙ୍କା ଏବଂ ପେଟ୍ରୋଲ ୧୦୯.୩୪ ଟଙ୍କା ରହିଛି। ଏହି ସମୟ ମଧ୍ୟରେ ଦିଲ୍ଲୀରେ ପେଟ୍ରୋଲ ୮.୧୫ ଟଙ୍କା ଏବଂ ଡିଜେଲ ୯.୪୫ ଟଙ୍କା ବଢ଼ିଲାଣି ବୋଲି ନିଗମ ପକ୍ଷରୁ କୁହାଯାଇଛି।
ଦେଶରେ ତେଲ ଦର ଥମିବାର ନା ଧରୁ ନାହିଁ; ଯାହା ଫଳରେ ଖାଉଟିଙ୍କ ଠାରୁ ଆରମ୍ଭ କରି ବିରୋଧୀ ରାଜନୈତିକ ଦଳ ଓ ଅନ୍ୟାନ୍ୟ ସଂଗଠନଗୁଡ଼ିକ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ ସାଙ୍ଗକୁ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri