କମିବ ପେଟ୍ରୋଲ-ଡିଜେଲ ଦାମ !

ନୂଆଦିଲ୍ଲୀ,୨।୩: ଦେଶରେ ପେଟ୍ରୋଲ-ଡିଜେଲ ଦାମ ଦିନକୁ ଦିନ ବୃଦ୍ଧି ପାଉଥିବାର ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଏହାର ପ୍ରଭାବ ପଡ଼ିଛି। ବିଭିନ୍ନ ସମାଗ୍ରୀର ମୂଲ ବୃଦ୍ଧି ଯୋଗୁ ଖାଉଟି ହନ୍ତସନ୍ତ ହେଉଛନ୍ତି। ଏପରିସ୍ଥଳେ କେନ୍ଦ୍ର ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ପାଇଁ ବିଚାର ବିମର୍ଷ ଆରମ୍ଭ କରିଛନ୍ତି। ଅର୍ଥମନ୍ତ୍ରଣାଳୟ ପକ୍ଷରୁ ପେଟ୍ରୋଲ-ଡିଜେଲର ଦର କମାଇବା ପାଇଁ ରାଜ୍ୟ ସରକାର, ତୈଲ କମ୍ପାନୀ ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ ସହିତ ଆଲୋଚନା କରାଯାଉଛି। ଖୁବ୍‌ ଶୀଘ୍ର କେତେକ ଟିକସ କମାଯିବାର ସମ୍ଭାବନା ରହିଛି। ସମ୍ପ୍ରତି ପେଟ୍ରୋଲ ଦାମରେ ୬୦ ପ୍ରତିଶତ ଅଂଶ କେବଳ ଟିକସ ରହିଛି। ୩୬ ଟଙ୍କାର ପେଟ୍ରୋଲ ଦିଲ୍ଲୀରେ ୯୧ ଟଙ୍କାରେ ବିକ୍ରି ହେଉଛି। ଏହା ଉପରେ ୫୫ ଟଙ୍କାର କେବଳ ଟିକସ ଲଗାଯାଉଛି। ମାର୍ଚ୍ଚ ମଧ୍ୟ ଭାଗ ସୁଦ୍ଧା ସରକାର ପେଟ୍ରୋଲ-ଡିଜେଲ ଦାମ କମାଇବା ଉପରେ ନିଷ୍ପତି ଗ୍ରହଣ କରିବାର ଆଶା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri