ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ନୂଆଦିଲ୍ଲୀ,୧୫ା୧୧: ନିକଟରେ କେନ୍ଦ୍ର ସରକାର ପେଟ୍ରୋଲ ଉପରୁ ୫ ଟଙ୍କା ଏବଂ ଡିଜେଲ ଉପରୁ ୧୦ ଟଙ୍କାର ଉତ୍ପାଦ ଟିକସ ହ୍ରାସ କରିଛନ୍ତି। ଏହା ପରେ ରାଜ୍ୟ ସରକାରଗୁଡିକ ମଧ୍ୟ କିଛି ପରିମାଣରେ ଭାଟ୍‌ ହ୍ରାସ କରିଛନ୍ତି। ଏହି ଘଟଣା ପରଠାରୁ ପେଟ୍ରୋଲ ଏବଂ ଡିଜେଲ ଦର ବର୍ତ୍ତମାନ ଅପରିବର୍ତ୍ତିତ ରହିଛି। ପୂର୍ବରୁ ଲଗାତାର ତେଲ ଦର ବୃଦ୍ଧି ଯୋଗୁ ଖାଉଟି ଅତିଷ୍ଠ ହୋଇପଡ଼ିଥିଲେ। ବର୍ତ୍ତମାନ ଦର ବୃଦ୍ଧି ହୋଇ ନ ଥିବାରୁ ଗତ କିଛିଦିନ ହେବ ଖାଉଟିଙ୍କୁ ଆଶ୍ୱସ୍ତି ମିଳିଛି। ଲଗାତାର ପ୍ରାୟ ୧୦ ଦିନ ହେବ ତେଲ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରବିବାର ମଧ୍ୟ ତେଲ ଦରରେ କୌଣସି ପରିବର୍ତ୍ତନ ଦେଖାଯାଇନାହିଁ। ରାଜ୍ୟ ସ୍ତରରେ ଭାଟ୍‌ ଲାଗୁ ହେବା ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ତେଲ ଦର ଭିନ୍ନ ରହୁଛି। ଗତ ମାସରେ ଅଶୋଧିତ ତେଲ ଦର ୩ ମାସର ରେକର୍ଡ ସ୍ତର ୮୫ ଡଲାର ଛୁଇଁଥିଲା। ଏହା ବର୍ତ୍ତମାନ ବ୍ୟାରେଲ ପିଛା ୮୨ ଡଲାର ରହିଛି। ଏଭଳି ସ୍ଥିତିରେ ଅନ୍ତର୍ଜାତୀୟ ବଜାରରେ ଦର ସ୍ଥିର ରହିଥିବାରୁ ଏହାର ପ୍ରଭାବ ଘରୋଇ ବଜାର ଉପରେ ପଡୁନାହିଁ ବୋଲି ବଜାର ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

କିଟ୍‌ ଦେଶର ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ଶିକ୍ଷାଦାନର ମାନ…

ଭୁବନେଶ୍ୱର, ୧।୧୦: ଟାଇମ୍ସ ହାୟର ଏଜୁକେଶନ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୭ରେ କିଟ୍‌ ବିଶ୍ୱବିଦ୍ୟାଳୟ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି । ଉକ୍ତ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?