ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ କେତେକ ସୀମିତ ପେଟ୍ରୋଲ ପମ୍ପ ଖୋଲା ରହିଛି, ସେଠାରେ ଗ୍ରାହକଙ୍କର ଅସମ୍ଭବ ଭିଡ଼ ଦେଖିବାକୁ ମିଳୁଛି । ​ଭୁବନେଶ୍ୱର ପେଟ୍ରୋଲ ପମ୍ପରେ ଆଜି ସକାଳୁ ଲମ୍ବା ଲାଇନ ଦେଖିବାକୁ ମିଳିଛି। ଲୋକଙ୍କୁ ପ୍ରାୟ ଦେଢ଼ରୁ ଦୁଇ ଘଣ୍ଟା କାଳ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡୁଛି। ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବା ପରେ ଯାଇ ଲୋକଙ୍କୁ ତେଲ ମିଳୁଛି।

ପେଟ୍ରୋଲ-ଡିଜେଲ ଉପରେ ଆଜି ଆସିପାରେ ବଡ଼ ନିଷ୍ପତ୍ତି। ସରକାରୀ ସ୍ତରରେ କିଛି ବଡ଼ ନିଷ୍ପତ୍ତି ନେଇପାରନ୍ତି ସରକାର। ବଡ଼ ନିଷ୍ପତ୍ତି ଆସିବା ନେଇ ମୁଖ୍ୟ ଶାସନ ସଚିବଙ୍କ ସଂକେତ।

ଡିଜେଲ ନ ମିଳିବାରୁ ଘରୋଇ ବସ୍‌ ସେବା ଗୁରୁତର ପ୍ରଭାବ ପଡିଛି। ଏହାରି ଭିତରେ ଘରୋଇ ବସ୍‌ ସଂଘ ସମ୍ପାଦକ ଦେଇଛନ୍ତି ବଡ଼ ବୟାନ। ପେଟ୍ରୋଲ ପମ୍ପରେ ଆଉ ଡିଜେଲ ମିଳୁନଥିବାରୁ ବସ୍‌ ଜଳାଚଳ ସମ୍ଭବ ହୋଇପାରୁନାହିଁ। ତେଣୁ ଆଉ ଦିନେ କି ଦୁଇଦିନ ଭିତରେ ସାରା ରାଜ୍ୟରେ ଘରୋଇ ବସ୍‌ ସେବା ପୂରାପୂରି ଠପ୍‌ ହୋଇଯାଇପାରେ।

ବର୍ତ୍ତମାନ ରାଜ୍ୟରେ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ଅଭାବ ଦେଖିବାକୁ ମିଳିଲାଣି। ତେବେ ଆସନ୍ତା ୨ ଦିନ ମଧ୍ୟରେ ବନ୍ଦ ହୋଇପାରେ ସମସ୍ତ ଘରୋଇ ବସ।
ବର୍ତ୍ତମାନ ରାଜ୍ୟରେ ଚାଲୁଥିବା ୧୪,୦୦୦ ବସ ମଧ୍ୟରୁ ୨୦% ଚଳାଚଳ ବନ୍ଦ ହୋଇସାରିଲାଣି ବୋଲି କହିଛନ୍ତି ଘରୋଇ ବସ୍‌ ସଂଘ ସମ୍ପାଦକ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ ଚାରିପଟେ ଘୁରିବୁଲିଲା ଇଣ୍ଡୋନେସିଆର ବାୟୁସେନାର ଲଢ଼ୁଆ ବିମାନ: ଆଉ ତା’ପରେ…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ସେ ଇଣ୍ଡୋନେସିଆରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ରାଜଧାନୀ ଜାକର୍ତ୍ତାରେ ଜୋରଦାର ସ୍ବାଗତ…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ…

ଭୋଜି ଖାଇ ଫେରୁଥିଲେ,ଗଛରେ ପିଟିହେଲା କାର୍‌: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୬।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀପଲ୍ଲୀ ନିକଟରେ ସୋମବାର ଏକ ମାରୁତି କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ବସିଥିବା ଡ୍ରାଇଭର…

ବିପଦଜନକ ‘ସୁଇଚ୍ ଭାଲ୍ ଚାମ୍ବର’: ଥୁଆମୂଳ ରାମପୁରରେ ଦୁଇଟି ପୃଥକ୍ ସ୍ଥାନରେ ଗାତରେ ଗଳିଲା କାର୍

ଥୁଆମୂଳ ରାମପୁର, ୬ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ସଦର ମହକୁମାରେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ । ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri