ଆଜିଠାରୁ ଓଡ଼ିଶାରେ ପେଟ୍ରୋଲ ସଙ୍କଟ ଆଶଙ୍କା: ଡ୍ରାଇଭର ଧର୍ମଘଟ ଯୋଗୁଁ ତୈଳ ପରିବହନ ବାଧାପ୍ରାପ୍ତ

ଭୁବନେଶ୍ୱର,୧୦।୭: ଓଡ଼ିଶାରେ ଚାଲିଥିବା ଡ୍ରାଇଭର ମହାସଙ୍ଘର ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ ଯୋଗୁଁ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଦେଖାଦେବାର ଆଶଙ୍କା ସୃଷ୍ଟି ହୋଇଛି। ପେଟ୍ରୋଲିୟମ୍‌ ଡିଲର ସଂଘର ସାଧାରଣ ସମ୍ପାଦକ ସଞ୍ଜୟ ଲାଠ ଏକ ବିବୃତିରେ କହିଛନ୍ତି ଯେ, ଗତ ଦୁଇ ଦିନ ଧରି ତୈଳ ପରିବହନ ଗାଡ଼ି ପେଟ୍ରୋଲ ପମ୍ପକୁ ଆସୁନଥିବା ଯୋଗୁଁ ଅନେକ ପେଟ୍ରୋଲ ପମ୍ପରେ ତେଲ ଖାଲି ହେବାରେ ଲାଗିଛି। “ଯଦି ଆଜି ମଧ୍ୟ ତୈଳ ପରିବହନ ବନ୍ଦ ରହେ, ତେବେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ତୈଳ ସଙ୍କଟ ଦେଖାଦେବ,” ବୋଲି ଶ୍ରୀ ଲାଠ ଚେତାବନୀ ଦେଇଛନ୍ତି।

ଓଡ଼ିଶା ଡ୍ରାଇଭର ମହାସଙ୍ଘର ଏହି ଧର୍ମଘଟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ପରିବହନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ପାରାଦୀପରେ ଥିବା ତୈଳ ଟ୍ୟାଙ୍କର ଡ୍ରାଇଭରମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିବା ନେଇ ପାରାଦୀପ ଡ୍ରାଇଭର ସଂଘର ସମ୍ପାଦକ ନିରଞ୍ଜନ ସାହୁ ସୂଚନା ଦେଇଛନ୍ତି। ଏହା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳ ସହିତ ନେପାଳ ଅଇଲ କର୍ପୋରେସନକୁ ଏଲପିଜି ଯୋଗାଣ ମଧ୍ୟ ବାଧାପ୍ରାପ୍ତ ହୋଇଛି।

ସୂଚନା ଅନୁଯାୟୀ, ବାଲେଶ୍ୱର ଲକ୍ଷ୍ମଣନାଥ ଟୋଲଗେଟରେ ଶହ ଶହ ଗାଡ଼ି ଅଟକି ରହିଥିବା ଯୋଗୁଁ ତୈଳ ପରିବହନ ଆହୁରି ଜଟିଳ ହୋଇପଡ଼ିଛି। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ପରିବହନ ମନ୍ତ୍ରୀଙ୍କ ସହ ଡ୍ରାଇଭର ସଂଘର ଆଲୋଚନା ସତ୍ତ୍ୱେ କୌଣସି ସମାଧାନ ହୋଇପାରିନାହିଁ, ଫଳରେ ଆନ୍ଦୋଳନ ଜାରି ରହିଛି।

ଏହି ଧର୍ମଘଟ ଯୋଗୁଁ ରାଜ୍ୟରେ ବସ୍‌ ଓ ଟ୍ରକ ସେବା ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି, ଯାହା ଯାତ୍ରୀମାନଙ୍କୁ ହନ୍ତସନ୍ତ କରିଛି। ଅନେକ ପେଟ୍ରୋଲ ପମ୍ପରେ ଗ୍ରାହକଙ୍କ ଭିଡ଼ ଦେଖାଦେଇଛି, କାରଣ ଲୋକେ ତୈଳ ସଙ୍କଟ ଆଶଙ୍କାରେ ଅଧିକ ପେଟ୍ରୋଲ ଓ ଡିଜେଲ ସଂଗ୍ରହ କରୁଛନ୍ତି।

ପେଟ୍ରୋଲିୟମ୍‌ ଡିଲର ସଂଘ ଏବଂ ସ୍ଥାନୀୟ ପ୍ରଶାସନ ଏହି ସଙ୍କଟର ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଜନସାଧାରଣ ଦାବି କରୁଛନ୍ତି। ଯଦି ଏହି ଧର୍ମଘଟ ଆହୁରି ଦୀର୍ଘ ହୁଏ, ତେବେ ରାଜ୍ୟରେ ତୈଳ ସହ ଅନ୍ୟାନ୍ୟ ଜରୁରୀ ସାମଗ୍ରୀର ଯୋଗାଣ ଉପରେ ଗୁରୁତର ପ୍ରଭାବ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri