ଅଗଷ୍ଟରେ ପେଟ୍ରୋଲ ଚାହିଦା ବୃଦ୍ଧି

ନୂଆଦିଲ୍ଲୀ,୨ା୯: ଅଗଷ୍ଟରେ ପେଟ୍ରୋଲ ଚାହିଦା ବୃଦ୍ଧି ଘଟିଛି। ଏହି ସମୟରେ ଡିଜେଲ ବିକ୍ରି ନିମ୍ନରେ ରହିଛି। ବର୍ତ୍ତମାନ ପେଟ୍ରୋଲ ବିକ୍ରି କୋଭିଡ୍‌ ପୂର୍ବ ସ୍ଥିତିକୁ ଫେରିଛି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ଅଗଷ୍ଟରେ ୨.୪୩ ନିୟୁତ ଟନ୍‌ ପେଟ୍ରୋଲ ବିକ୍ରି ହୋଇଛି। ଏହା ଗତ ବର୍ଷ ସମାନ ଅବଧି ତୁଳନାରେ ପ୍ରାୟ ୧୩.୬% ଊର୍ଦ୍ଧ୍ୱରେ ରହିଛି। ୨୦୧୯ ଅଗଷ୍ଟରେ ୨.୩୩ ନିୟୁତ ଟନ୍‌ ପେଟ୍ରୋଲ ବିକ୍ରି ହୋଇଥିଲା। ବର୍ତ୍ତମାନର ବିକ୍ରି ଏହା ତୁଳନାରେ ୪.୧% ଊର୍ଦ୍ଧ୍ୱରେ ରହିଛି। ଗତ ବର୍ଷ ଅଗଷ୍ଟ ତୁଳନାରେ ଡିଜେଲ ବିକ୍ରି ୧୫.୯% ଊର୍ଦ୍ଧ୍ୱରେ ରହି ୪.୯୪ ଟନ୍‌ ଛୁଇଁଛି। ମାତ୍ର ଏହା ୨୦୧୯ ଅଗଷ୍ଟ ତୁଳନାରେ ୯.୮% ନିମ୍ନରେ ରହିଛି। ଚଳିତ ବର୍ଷ ଜୁଲାଇ ତୁଳନାରେ ଅଗଷ୍ଟରେ ଡିଜେଲ ବିକ୍ରି ୯.୩% ନିମ୍ନରେ ରହିଛି। ବର୍ଷାଦିନ ଯୋଗୁ ଯାନବାହନ ଚଳପ୍ରଚଳ କମିବା ଯୋଗୁ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଅଗଷ୍ଟର ପ୍ରଥମ ଭାଗରେ ଡିଜେଲ ବିକ୍ରି କୋଭିଡ୍‌ ପୂର୍ବ ସ୍ଥିତି ତୁଳନାରେ ୮% ନିମ୍ନରେ ରହିଛି। କୋଭିଡ୍‌-୧୯ର ଦ୍ୱିତୀୟ ଲହର ଦେଶର ଅର୍ଥନୈତିକ କାର୍ଯ୍ୟକଳାପକୁ ପ୍ରଭାବିତ କରିଛି। ଫଳରେ ଯାନବାହନ ଚଳାଚଳ ଏହାଦ୍ୱାରା ପ୍ରଭାବିତ ହୋଇଛି। ସେହିଭଳି ବିମାନ ଇନ୍ଧନ ବ୍ୟବହାର ମଧ୍ୟ ପ୍ରଭାବିତ ସ୍ଥିତିରେ ରହିଛି। ଏହା ସ୍ବାଭାବିକ ହେବାକୁ ଚଳିତ ଆର୍ଥତ୍କ ବର୍ଷ ଶେଷ ଯାଏ ସମୟ ଲାଗିପାରେ। ଏଲ୍‌ପିଜି ବ୍ୟବହାର ବଢି ୨.୩୨ ନିୟୁତ ଟନ୍‌ ଛୁଇଁଛି। ୨୦୧୯ ଅଗଷ୍ଟ ତୁଳନାରେ ଏହା ଏବେ ମଧ୍ୟ ୨.୪% ନିମ୍ନରେ ରହିଛି। ୨୦୨୦ରେ ଦେଶର ତୈଳ ଚାହିଦା ଦୈନିକ ବ୍ୟାରେଲ ପିଛା ୦.୫ ନିୟୁତ ଡଲାର ଖସିଛି। ଲକ୍‌ଡାଉନ ଯୋଗୁ ଯାନବାହନ ଚଳାଚଳ ଉପରେ ପ୍ରଭାବ ପଡିବାରୁ ଏଭଳି ସ୍ଥିତି ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri