ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର (PUCC) ନ ଥିଲେ ପେଟ୍ରୋଲ କିମ୍ବା ଡିଜେଲ ମିଳିବ ନାହିଁ ବୋଲି ତୈଳ କମ୍ପାନୀମାନଙ୍କୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଚିଠି ଲେଖାଯାଇଛି।
ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ କରୁଥିବା ଯାନବାହନ ପାଇଁ ଏହି ଅଙ୍କୁଶ ଲାଗୁ କରାଯାଇଛି।