Posted inଜାତୀୟ

ଦେଶୀ ଘିଅ ତୁଳନାରେ ପେଟ୍ରୋଲ-ଡିଜେଲ ହୋଇଛି ମହଙ୍ଗା, କିନ୍ତୁ ମୋଦି-ଶାହା ଲୋକଙ୍କୁ କରୁଛନ୍ତି ଭ୍ରମିତ: ପାଇଲଟ…

ଶିମଲା,୧।୧୧ : ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ମଙ୍ଗଳବାର ହିମାଚଳ ପ୍ରଦେଶରେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ସେ କୁଟେଲହଡ ଉନା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଭୁଟ୍ଟୋଙ୍କ ପାଇଁ ପ୍ରଚାର ସମୟ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରତି ଚାରି ର୍‌ ଦିନରେ ଏଠାକୁ ଆସିବାକୁ ପଡୁଛି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମଧ୍ୟ ପ୍ରତି ଚାରି ଦିନରେ ଏଠାରେ ବୈଠକ କରୁଛନ୍ତି।

ଯଦି ଡବଲ ଇଞ୍ଜିନ ସରକାର ଠିକ ଭାବେ କାର୍ଯ୍ୟ କରିଥାନ୍ତେ, ବିଦ୍ୟାଳୟ ନିର୍ମାଣ କରିଥାନ୍ତେ, ରାସ୍ତା ନିର୍ମାଣ ହୋଇଥାନ୍ତା, ବେକାରଙ୍କୁ ଚାକିରୀ ମିଳିଥାନ୍ତା। ତେବେ ଲୋକମାନେ ସରକାରଙ୍କ କାର୍ଯ୍ୟକୁ ଦେଖି ଭୋଟ ଦେଇଥାନ୍ତେ। ମାତ୍ର ଏଠାରେ କେବଳ ପ୍ରତି ଗସ୍ତ ସମୟରେ ନୂଆ ପୋଷାକ ପିନ୍ଧି ଭାଷଣ ଦେଇ ଲୋକଙ୍କୁ ଭ୍ରମିତ କରାଯାଉଛି। ପାଇଲଟ କହିଛନ୍ତି ଯେ ସରକାର ଭାଜପାର ହାତରୁ ଖସି ଯାଉଛନ୍ତି। କଂଗ୍ରେସ ସରକାର ଗଠନ କରିବାକୁ ଯାଉଛି। ଏବେ ସମସ୍ତ କଂଗ୍ରେସ କର୍ମୀ ଏକଜୁଟ ହୋଇଛନ୍ତି।

ହିମାଚଳରେ ୮ ବର୍ଷ ମଧ୍ୟରେ କୌଣସି କାମ କରାଯାଇ ନାହିଁ। ୨୦୧୪ ଲୋକସଭା ନିର୍ବାଚନରେ ମୁଦ୍ରାସ୍ଫୀତି ସମାପ୍ତ ହେବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ଏବେ ଲୋକମାନେ ଜାଣିବାକୁ ଚାହାଁନ୍ତି ଯେ ମୋଦି ଗତ ୮ ବର୍ଷରେ କ’ଣ କରିଛନ୍ତି। ଗ୍ୟାସର ସିଲିଣ୍ଡର ହଜାରେ ରୁ ଅଧିକ ହୋଇଗଲା। ଦେଶୀ ଘିଅ ତୁଳନାରେ ପେଟ୍ରୋଲ ଏବଂ ଡିଜେଲ ମହଙ୍ଗା ହୋଇଛି। ରୋଜଗାର ନାମରେ ଯୁବବର୍ଗମାନଙ୍କୁ ଠକି ଦିଆ ଯାଇଛି। ଗତ ୪୫ ବର୍ଷ ମଧ୍ୟରେ ଏତେ ବେକାରି ହୋଇ ନଥିଲେ। ଭାଜପା ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇପାରି ନାହିଁ।

୧୩୦ ବର୍ଷ ପୁରୁଣା କଂଗ୍ରେସ ଦଳ ଦେଶ ପାଇଁ ସ୍ବାଧୀନତା ପାଇଛି। ପ୍ରଥମ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହେରୁ ଦେଶକୁ ସ୍ବାଧୀନତା ଦେଇଥିଲେ। ଇନ୍ଦିରା ଗାନ୍ଧୀ ପାକିସ୍ତାନକୁ ଦୁଇ ଭାଗରେ ବିଭକ୍ତ କରିଥିଲେ। ମାତ୍ର ଏବେ ଚାଇନା ଲଗାତାର ଆମର ଜମି ଦଖଲ କରୁଛି କିନ୍ତୁ ମୋଦି ସରକାର ନୀରବ ରହିଛନ୍ତି। ଭୋଟର ଏହାର ଠିକଣା ଜବାବ ଦେବେ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri