Posted inଜାତୀୟ

କମିଲା ପେଟ୍ରୋଲ-ଡିଜେଲ ଦାମ୍‌, ଯୋଗୀଙ୍କ ଦୀପାବଳି ଉପହାର…

ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ହୋଲି ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ହ୍ରାସ କରିବାକୁ କେନ୍ଦ୍ର ନିଷ୍ପତ୍ତି ନେବା ପରେ ଯୋଗୀ ଏହାର ଦର ହ୍ରାସ କରିବାକୁ ଘୋଷଣା କରିଛନ୍ତି। ଅଯୋଧ୍ୟାରେ ଆୟୋଜିତ ଦୀପୋତ୍ସଭ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି।

ପେଟ୍ରୋଲ ଦାମ କେନ୍ଦ୍ର ସରକାର ୫ ଟଙ୍କା କମାଇଥିବାବେଳେ ଏବଂ ଯୋଗୀ ସରକାର ୭ ଟଙ୍କା କମାଇଛନ୍ତି। ଫଳରେ ରାଜ୍ୟରେ ପେଟ୍ରୋଲ ଦାମ ମୋଟ ୧୨ ଟଙ୍କା କମିଛିି। ସେହିଭଳି ଡିଜେଲ ଦାମ ରାଜ୍ୟ ସରକାର ୨ ଟଙ୍କା ହ୍ରାସ କରିଥିବାବେଳେ କେନ୍ଦ୍ର ସରକାର ୧୦ ଟଙ୍କା କମ କରିଛନ୍ତି। ଫଳ ସ୍ବରୂପ ଡିଜେଲ ମଧ୍ୟ ୧୨ ଟଙ୍କା ଶସ୍ତା ହୋଇଛି।

ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା ନଭେମ୍ବର ପର୍ଯ୍ୟନ୍ତ ରହିଛି। କରୋନା ଏପର୍ଯ୍ୟନ୍ତ ଶେଷ ହୋଇନାହିଁ, ତେଣୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଯେ ହୋଲି ପର୍ଯ୍ୟନ୍ତ ଏହା ଜାରି ରହିବ। ଏହା ଅନ୍ତର୍ଗତ ଡିସେମ୍ବର, ଜାନୁଆରୀ, ଫେବୃଆରୀ ଏବଂ ମାର୍ଚ୍ଚରେ ଅନ୍ତୋଦୟ କାର୍ଡ ଧାରକଙ୍କୁ ମାଗଣାରେ ୩୫ କିଲୋଗ୍ରାମ ରାଶନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri