Posted inଜାତୀୟ

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର: ୧୬ଦିନରେ ବଢ଼ିଛି ୧୦ଟଙ୍କା

ନୂଆଦିଲ୍ଲୀ,୬।୪: ଦେଶରେ କ୍ରମାଗତ ଭାବେ ତୈଳଦର ଆକାଶଛୁଆଁ ହେବାରେ ଲାଗିଛି। ବୁଧବାର ପେଟ୍ରୋଲ ଓ ଡିଜେଲ ଦର ପୁଣି ଥରେ ୮୦ ପଇସା ଲେଖାଏ ମହଙ୍ଗା ହୋଇଛି। ଗତ ୧୬ ଦିନ ମଧ୍ୟରେ ସମଗ୍ର ଦେଶରେ ତୈଳଦର ବୁଧବାରକୁ ମିଶାଇ ୧୪ଥର ବୃଦ୍ଧି ପାଇଛି। ଏହି ୧୪ ଦିନ ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ଦାମ ପ୍ରାୟ ୧୦ ଟଙ୍କା ମହଙ୍ଗା ହୋଇଥିବା ଜଣାପଡ଼ିଛି। ତେବେ ବର୍ଦ୍ଧିତ ଦର ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫.୪୧ ଟଙ୍କା ଓ ଡିଜେଲ ଲିଟର ପିଛା ୯୬.୬୭ ଟଙ୍କାରେ ପହଞ୍ଚିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଓ ଡିଜେଲ ଦର ୮୫ ପଇସା ଓ ୮୪ ପଇସା ବୃଦ୍ଧି ପାଇଛି। ଫଳରେ ମୁମ୍ବାଇରେ ପେଟ୍ରୋଲର ଲିଟର ପିଛା ରେକର୍ଡ ଭାଙ୍ଗି ୧୨୦.୫୧ ଟଙ୍କା ଓ ଡିଜେଲର ଦାମ ୧୦୪.୭୭ ଟଙ୍କାରେ ପହଞ୍ଚିଛି। ଅନ୍ୟପଟେ ଗତ ୫ଦିନ ମଧ୍ୟରେ ସିଏନ୍‌ଜି ଦର ମଧ୍ୟ ୬.୬୦ ଟଙ୍କା ବୃଦ୍ଧି ପାଇଛି। ବର୍ତ୍ତମାନ ଦିଲ୍ଲୀରେ ସିଏନ୍‌ଜି ଦର କିଲୋ ପିଛା ୨.୫୦ଟଙ୍କା ବୃଦ୍ଧି ପାଇ ୬୬.୬୧ ଟଙ୍କା ହୋଇଛି। ଆଗକୁ ତୈଳଦର ଆହୁରି ବଢ଼ିବ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri