ପେଟ୍ରୋଲ ୨୬, ଡିଜେଲ ୩୬ ପଇସା ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୫: କରୋନା ମହାମାରୀ ସମୟରେ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି। ଗତ ୨ଦିନର ବିରତି ପରେ ପୁଣି ଥରେ ଏହା ବଢିଛି। ଫଳରେ ସାରା ଦେଶରେ ତେଲ ଦର ରେକର୍ଡ କରିବା ସହ ୩ ପ୍ରମୁଖ ରାଜ୍ୟ ମଧ୍ୟପ୍ରଦେଶ, ରାଜସ୍ଥାନ ଓ ମହାରାଷ୍ଟ୍ରରେ ପେଟ୍ରୋଲ ୧୦୦ଟଙ୍କା ଉପରେ ରହିଛି। ସେହିଭଳି ଏହି ସବୁ ରାଜ୍ୟରେ ଡିଜେଲ ଦର ମଧ୍ୟ ୯୫ ଟଙ୍କାରେ ବିକ୍ରି ହେଉଥିବା ଜଣାପଡିଛି। ଏପରି କି ଓଡିଶାର ମାଲକାନଗିରି ଜିଲ୍ଲାରେ ପେଟ୍ରୋଲ ୯୭ ଟଙ୍କା ଟପିଯାଇଥିବା ବେଳେ ଏହାର ପ୍ରିମିୟମ ଦର ୧୦୦ ଟଙ୍କାକୁ ଛୁଇଁଥିବା ସୂଚନା ମିଳିଛି।
ପେଟ୍ରୋଲ ୨୬…
ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ (ଆଇଓସିଏଲ୍‌) ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ଏବଂ ଡିଜେଲ ୩୬ ପଇସା ବଢିଛି। ଫଳରେ ଏଠାରେ ପେଟ୍ରୋଲ ଦର ୯୨.୨୨ ଟଙ୍କା ହୋଇଥିବା ବେଳେ ଡିଜେଲ ଦର ୮୯.୩୯ ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ ଡିଜେଲରେ ୩୩ ପଇସା ବୃଦ୍ଧି ଘଟି ସେଠାରେ ପେଟ୍ରୋଲ ଦର ଲିଟର ପିଛା ୯୧.୫୩ ଟଙ୍କା ଓ ଡିଜେଲ ଲିଟର ପିଛା ୮୨.୦୬ ଟଙ୍କାରେ ବିକ୍ରି ହେଉଛି।
ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୯୩.୩୮ ଟଙ୍କା, ୯୧.୬୬ ଟଙ୍କା ଏବଂ ୯୭.୮୬ ଟଙ୍କାକୁ ଛୁଇଁଛି। ସେହିପରି ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ଲିଟର ପିଛା ୮୬.୯୬ ଟଙ୍କା, ୮୪.୯୦ ଟଙ୍କା ଏବଂ ୮୯.୧୭ ଟଙ୍କାକୁ ବୃଦ୍ଧି ଘଟିଥିବା ଜଣାପଡିଛି।
ଗତ କିଛି ମାସ ମଧ୍ୟରେ ତେଲ ଦର ଅହେତୁକ ଭାବେ ବୃଦ୍ଧି ପାଇ ଦେଶରେ ସର୍ବୋଚ୍ଚ ରେକର୍ଡ ସୃଷ୍ଟି କରିଛି। ଏପରିକି ଗତ ୫ ଦିନରେ ନୂଆଦିଲ୍ଲୀରେ ପେଟ୍ରୋଲ ଉପରେ ୧.୧୪ ଟଙ୍କା ଏବଂ ଡିଜେଲ ୧.୩୩ ଟଙ୍କା ବଢିଥିବା ତୈଳ ବିପଣନ କମ୍ପାନୀଗୁଡିକ ପକ୍ଷରୁ କୁହାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଓଡିଶାରେ ପେଟ୍ରୋଲ ୧.୧୦ଟଙ୍କା ଏବଂ ଡିଜେଲ ୧.୪୧ ଟଙ୍କା ବଢିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?