Posted inଜାତୀୟ

ମଣିପୁରରେ ପେଟ୍ରୋଲ ୨୦୦ ଟଙ୍କା

ନୂଆଦିଲ୍ଲୀ/ଇମ୍ଫାଲ, ୫ା୬ : ହିଂସାଗ୍ରସ୍ତ ମଣିପୁରରେ ଦରଦାମ୍‌ ଆକାଶଛୁଆଁ ହୋଇଛି। ପେଟ୍ରୋଲ କଳାବଜାରରେ ଲିଟର ୨୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଜୀବନ ରକ୍ଷାକାରୀ ଔଷଧର ଘୋର ଅଭାବ ଦେଖାଦେଇଛି। ଏଟିଏମ୍‌ଗୁଡ଼ିକରେ ଟଙ୍କା ନ ଥିବାବେଳେ ଦୋକାନ ବଜାର ଦିନକୁ ଅଳ୍ପ କେତେଘଣ୍ଟା ପାଇଁ ଖୋଲୁଛି। ଜାତୀୟ ରାଜପଥ ଅବରୋଧ ଯୋଗୁ ଇମ୍ଫାଲ ଉପତ୍ୟକା ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଥିବାବେଳେ ଲୋକଙ୍କୁ ବଞ୍ଚତ୍ବା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି।
ଜାତୀୟ ରାଜପଥ (ଏନ୍‌ଏଚ୍‌)-୨ରୁ ଅବରୋଧ ହଟାଇବା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ରବିବାର ମଣିପୁର ଜନସାଧାରଣଙ୍କୁ ଅପିଲ୍‌ କରିଛନ୍ତି। ଏନ୍‌ଏଚ୍‌-୨ ଅବରୋଧ ମୁକ୍ତ ହେଲେ ଖାଦ୍ୟ, ଔଷଧ, ଇନ୍ଧନ ଆଦି ମୌଳିକ ଓ ଅତ୍ୟାବଶ୍ୟକ ସାମଗ୍ରୀ ରାଜ୍ୟରେ ପହଞ୍ଚତ୍ପାରିବ। ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଦିଗରେ ସିଭିଲ୍‌ ସୋସାଇଟିର ସଦସ୍ୟମାନେ କାର୍ଯ୍ୟ କରିବା ଲାଗି ଶାହା ଟୁଇଟ୍‌ କରି ଅନୁରୋଧ କରିଛନ୍ତି। ଆମେ ଏକାଠି ହେଲେ ରାଜ୍ୟରେ ସ୍ବାଭାବିକ ସ୍ଥିତି ଫେରିପାରିବ ବୋଲି ସେ କହିଛନ୍ତି।
ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି ବର୍ଗରେ ସାମିଲ କରିବା ନିଷ୍ପତ୍ତିକୁ ବିରୋଧ କରି ମଣିପୁରରେ ଗତ ମାସ ୩ ତାରିଖରେ ଅଲ୍‌ ଟ୍ରାଇବାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ପକ୍ଷରୁ ବିକ୍ଷୋଭକୁ ନେଇ ମେଇତି ଏବଂ କୁକି ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ଘଟିଥିଲା। ଏହି ହିଂସାକାଣ୍ଡରେ ଉଭୟ ସମ୍ପ୍ରଦାୟର ବ୍ୟାପକ ଧନଜୀବନ କ୍ଷତି ହୋଇଛି। ଏପର୍ଯ୍ୟନ୍ତ ହିଂସାରେ ୯୮ ଜଣଙ୍କ ଜୀବନ ଯିବା ସହ ୩୧୦ ଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

ନାକ ଫୁଲ ଗିଳି ଦେଲେ ଶେହନାଜ: ଶୁଟି ସେଟ୍‌ରେ ଘଟିଲା…

ଚୁଲବୁଲି ଅଭିନେତ୍ରୀ ଶେହନାଜ ଗିଲଙ୍କ ସହ ଏକ ଦୁର୍ଘଟଣା ଘଟିଛି। ଶୁଟିଂ କରୁଥିବା ସମୟରେ ସେ ଭୁଲବଶତଃ ତାଙ୍କ ନାକ ଫୁଲ ଗିଳିଦେଇଛନ୍ତି। ଏହି ଘଟଣା ସେଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri