୫୪ ଦିନରେ ବଢ଼ିଲାଣି ୩୦ ଥର

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଗତ ମେ’୪ ପରଠାରୁ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭.୭୭ ଟଙ୍କା ଏବଂ ଡିଜେଲ ୮.୬୪ ଟଙ୍କା ମହଙ୍ଗା ହେଲାଣି। ୫ ରାଜ୍ୟର ନିର୍ବାଚନ ଫଳ ଆସିବା ପରଠୁ ତେଲ ଦର ଉଚ୍ଚା ରହିଛି। ଗତ ୫୪ ଦିନ ମଧ୍ୟରେ ଅଦ୍ୟାବଧି ୩୦ ଥର ତେଲ ଦର ବଢ଼ିଲାଣି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ର ସୂଚନା ଅନୁସାରେ ଶନିବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୩୬ ପଇସା ଏବଂ ଡିଜେଲ ୩୯ ପଇସା ବୃଦ୍ଧି ପାଇଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୮.୮୯ ଟଙ୍କା ଏବଂ ଡିଜେଲ ୯୬.୬୨ ଟଙ୍କାରେ ବିକ୍ରି ହେଉଛି। ଜୁନ୍‌ରେ ଅଦ୍ୟାବଧି ତେଲ ଦର ୧୪ ଥର ପରିବର୍ତ୍ତନ ହେବା ସହ ପେଟ୍ରୋଲ ଉପରେ ୩.୬୭ ଟଙ୍କା ଏବଂ ଡିଜେଲରେ ୩.୫୯ ଟଙ୍କା ବୃଦ୍ଧି ହୋଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।

ସେହିଭଳି କଟକରେ ପେଟ୍ରୋଲ ଲିଟର ପିଛା ୯୯.୨୧ ଟଙ୍କା ଏବଂ ଡିଜେଲ ୯୬.୯୨ ଟଙ୍କାରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଓଡ଼ିଶାର ଅନୁଗୋଳ, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର,ସୋନପୁର, ମାଲକାନଗିରି ଓ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ଥିବାବେଳେ ମାଲକାନଗିରି,ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ଡିଜେଲ ଲିଟର ପିଛା ୧୦୦ ଟଙ୍କା ଟପିଯାଇଥିବା ସ୍ଥାନୀୟ ପେଟ୍ରୋଲିୟମ ଡିଲରମାନେ କହିଛନ୍ତି।

ଅପରପକ୍ଷରେ ନୂଆଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଉପରେ ୩୫ ପଇସା ଲେଖାଏ ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୮.୧୧ ଟଙ୍କା ଏବଂ ଡିଜେଲ ୮୮.୬୫ ଟଙ୍କାରେ ପହଞ୍ଚତ୍ଛି। ମେ ୪’ ପରଠାରୁ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୭.୭୧ ଟଙ୍କା ଏବଂ ଡିଜେଲ ୭.୯୨ ଟଙ୍କା ବୃଦ୍ଧି ଘଟିଥିବା ଜଣାପଡ଼ିଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୯୯.୧୯ ଟଙ୍କା, ୯୭.୯୭ ଟଙ୍କା ଏବଂ ୧୦୪.୨୨ ଟଙ୍କାରେ ବିକ୍ରି ହେଉଛି। ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ଯଥାକ୍ରମେ ୯୩.୨୩ ଟଙ୍କା, ୯୧.୫୦ ଟଙ୍କା ଏବଂ ୯୬.୧୬ ଟଙ୍କାରେ ପହଞ୍ଚତ୍ଛି।

ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ମହାରାଷ୍ଟ୍ର, ରାଜସ୍ଥାନ, କର୍ନାଟକ ଓ ମଧ୍ୟପ୍ରଦେଶ ଏବଂ ଜମ୍ମୁ-କଶ୍ମୀର ଓ ଲଦାଖ ଭଳି କେନ୍ଦ୍ରଶାସିତ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ୧୦୦ ଟଙ୍କା ଟପି ରେର୍କଡ ସ୍ତରରେ ପହଞ୍ଚତ୍ଛି। ବର୍ତ୍ତମାନ ସମୟରେ ରାଜସ୍ଥାନର ଗଙ୍ଗାନଗର ଅଞ୍ଚଳରେ ପେଟ୍ରୋଲ ୧୦୯ ଟଙ୍କା ଉପରେ ବିକ୍ରି ହେଉଥିବା ବେଳେ ଡିଜେଲ ମଧ୍ୟ ୧୦୨ ଟଙ୍କା ନିକଟବର୍ତ୍ତୀରେ ବିକ୍ରି କରାଯାଉଥିବା ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri