୫୪ ଦିନରେ ବଢ଼ିଲାଣି ୩୦ ଥର

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଗତ ମେ’୪ ପରଠାରୁ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୭.୭୭ ଟଙ୍କା ଏବଂ ଡିଜେଲ ୮.୬୪ ଟଙ୍କା ମହଙ୍ଗା ହେଲାଣି। ୫ ରାଜ୍ୟର ନିର୍ବାଚନ ଫଳ ଆସିବା ପରଠୁ ତେଲ ଦର ଉଚ୍ଚା ରହିଛି। ଗତ ୫୪ ଦିନ ମଧ୍ୟରେ ଅଦ୍ୟାବଧି ୩୦ ଥର ତେଲ ଦର ବଢ଼ିଲାଣି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌) ର ସୂଚନା ଅନୁସାରେ ଶନିବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୩୬ ପଇସା ଏବଂ ଡିଜେଲ ୩୯ ପଇସା ବୃଦ୍ଧି ପାଇଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୯୮.୮୯ ଟଙ୍କା ଏବଂ ଡିଜେଲ ୯୬.୬୨ ଟଙ୍କାରେ ବିକ୍ରି ହେଉଛି। ଜୁନ୍‌ରେ ଅଦ୍ୟାବଧି ତେଲ ଦର ୧୪ ଥର ପରିବର୍ତ୍ତନ ହେବା ସହ ପେଟ୍ରୋଲ ଉପରେ ୩.୬୭ ଟଙ୍କା ଏବଂ ଡିଜେଲରେ ୩.୫୯ ଟଙ୍କା ବୃଦ୍ଧି ହୋଇଥିବା ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।

ସେହିଭଳି କଟକରେ ପେଟ୍ରୋଲ ଲିଟର ପିଛା ୯୯.୨୧ ଟଙ୍କା ଏବଂ ଡିଜେଲ ୯୬.୯୨ ଟଙ୍କାରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ଓଡ଼ିଶାର ଅନୁଗୋଳ, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, କଳାହାଣ୍ଡି, ନୂଆପଡ଼ା, ରାୟଗଡ଼ା, ନବରଙ୍ଗପୁର,ସୋନପୁର, ମାଲକାନଗିରି ଓ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ଉପରେ ଥିବାବେଳେ ମାଲକାନଗିରି,ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲାର ବିଭିନ୍ନ ବ୍ଲକରେ ଡିଜେଲ ଲିଟର ପିଛା ୧୦୦ ଟଙ୍କା ଟପିଯାଇଥିବା ସ୍ଥାନୀୟ ପେଟ୍ରୋଲିୟମ ଡିଲରମାନେ କହିଛନ୍ତି।

ଅପରପକ୍ଷରେ ନୂଆଦିଲ୍ଲୀରେ ପେଟ୍ରୋଲ ଏବଂ ଡିଜେଲ ଉପରେ ୩୫ ପଇସା ଲେଖାଏ ବଢ଼ିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୮.୧୧ ଟଙ୍କା ଏବଂ ଡିଜେଲ ୮୮.୬୫ ଟଙ୍କାରେ ପହଞ୍ଚତ୍ଛି। ମେ ୪’ ପରଠାରୁ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୭.୭୧ ଟଙ୍କା ଏବଂ ଡିଜେଲ ୭.୯୨ ଟଙ୍କା ବୃଦ୍ଧି ଘଟିଥିବା ଜଣାପଡ଼ିଛି। ସେହିପରି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୯୯.୧୯ ଟଙ୍କା, ୯୭.୯୭ ଟଙ୍କା ଏବଂ ୧୦୪.୨୨ ଟଙ୍କାରେ ବିକ୍ରି ହେଉଛି। ଏହିସବୁ ମେଟ୍ରୋ ସହରରେ ଡିଜେଲ ଦର ଯଥାକ୍ରମେ ୯୩.୨୩ ଟଙ୍କା, ୯୧.୫୦ ଟଙ୍କା ଏବଂ ୯୬.୧୬ ଟଙ୍କାରେ ପହଞ୍ଚତ୍ଛି।

ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା, ମହାରାଷ୍ଟ୍ର, ରାଜସ୍ଥାନ, କର୍ନାଟକ ଓ ମଧ୍ୟପ୍ରଦେଶ ଏବଂ ଜମ୍ମୁ-କଶ୍ମୀର ଓ ଲଦାଖ ଭଳି କେନ୍ଦ୍ରଶାସିତ ଅଞ୍ଚଳରେ ପେଟ୍ରୋଲ ଓ ଡିଜେଲ ଦର ୧୦୦ ଟଙ୍କା ଟପି ରେର୍କଡ ସ୍ତରରେ ପହଞ୍ଚତ୍ଛି। ବର୍ତ୍ତମାନ ସମୟରେ ରାଜସ୍ଥାନର ଗଙ୍ଗାନଗର ଅଞ୍ଚଳରେ ପେଟ୍ରୋଲ ୧୦୯ ଟଙ୍କା ଉପରେ ବିକ୍ରି ହେଉଥିବା ବେଳେ ଡିଜେଲ ମଧ୍ୟ ୧୦୨ ଟଙ୍କା ନିକଟବର୍ତ୍ତୀରେ ବିକ୍ରି କରାଯାଉଥିବା ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri