ଡ୍ରାଇଭରଙ୍କ ଆନ୍ଦୋଳନ ଭିତରେ ଚମକାଇଲା ପେଟ୍ରୋଲ ଦର! କିଛି ସମୟରେ…

ଭୁବନେଶ୍ୱର, ୧୦।୭: ଓଡ଼ିଶାରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଯୋଗୁ ପେଟ୍ରୋଲ ଓ ଡିଜେଲ ସପ୍ଲାଇ ପ୍ରଭାବିତ ହୋଇଛି। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଫଳରେ ଜଟଣୀ, ପାରାଦୀପ ଓ ବାଲେଶ୍ୱର ଭଳି ସ୍ଥାନରେ ତୈଳ ଡିପୋରୁ ପରିବହନ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଉତ୍କଳ ପେଟ୍ରୋଲିୟମ ଡିଲର ସଂଘର ସାଧାରଣ ସଂପାଦକ ସଂଜୟ ଲାଠ ସୂଚନା ଦେଇଛନ୍ତି ଯେ, ଯଦି ଏହି ସ୍ଥିତି ଜାରି ରହେ, ତେବେ ଗୁରୁବାର ସୁଦ୍ଧା ରାଜ୍ୟର ଅନେକ ପେଟ୍ରୋଲ ପମ୍ପରେ ତୈଳ ସରିଯାଇପାରେ। ତୃତୀୟ ଦିନରେ ଡ୍ରାଇଭର ମହାସଂଘର ଆନ୍ଦୋଳନ ଜାରି ରହିଛି । ଚାଲୁନି ଗାଡ଼ିମୋଟର। ଗନ୍ତବ୍ୟ ସ୍ଥଳକୁ ଯାଇ ପାରୁନାହାନ୍ତି ଯାତ୍ରୀ  ତେବେ ଆସନ୍ତୁ ଜାଣିବା କେତେ ଅଛି ଆଜିର ତେଲ ଦର?

ନୟାଗଡ଼, ଜଗତସିଂହପୁର ଓ ଭୁବନେଶ୍ୱରରେ ପେଟ୍ରୋଲ ପମ୍ପଗୁଡ଼ିକରେ ଲୋକଙ୍କ ଲମ୍ବା ଲାଇନ ଦେଖାଯାଇଛି। ଲୋକମାନେ ତୈଳ ସରିଯିବା ଆଶଙ୍କାରେ ଅଧିକ ପରିମାଣରେ ପେଟ୍ରୋଲ ଓ ଡିଜେଲ କିଣୁଛନ୍ତି। ତୈଳ ପରିବହନ ବନ୍ଦ ହେବା ଯୋଗୁ ଏଲପିଜି ସପ୍ଲାଇ ମଧ୍ୟ ପ୍ରଭାବିତ ହୋଇଛି। ତେବେ, ଖୋର୍ଦ୍ଧାର ଜଟଣୀ ଡିପୋରୁ ବୁଧବାର ରାତିଠୁ ତୈଳ ପରିବହନ ସୱାଭାବିକ ହୋଇଛି ବୋଲି ଡିପୋ ମ୍ୟାନେଜର ସୂଚନା ଦେଇଛନ୍ତି। ଏହା ସତ୍ତ୍ୱେ, ରାଜ୍ୟର ଅନ୍ୟ ଅଞ୍ଚଳରେ ସ୍ଥିତି ଏପର୍ଯ୍ୟନ୍ତ ଉଦବେଗଜନକ ରହିଛି। ଡ୍ରାଇଭର ମହାସଂଘର ୭ ଦଫା ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସୂଚନା ମିଳିଛି।

ସରକାର ଓ ତୈଳ କମ୍ପାନୀମାନେ ଏହି ସଙ୍କଟ ନିରାକରଣ ପାଇଁ ଆଲୋଚନା ଜାରି ରଖିଛନ୍ତି। ତେବେ, ସାଧାରଣ ଲୋକଙ୍କୁ ଅନୁରୋଧ କରାଯାଇଛି ଯେ ଆତଙ୍କିତ ନହୋଇ ଆବଶ୍ୟକ ଅନୁସାରେ ତୈଳ କିଣନ୍ତୁ। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri