ପୁଣି ୧୦ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୩୧।୮: ଚଳିତ ମାସ ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଭୁବନେଶ୍ୱରରେ ରବିବାର ପେଟ୍ରୋଲ ଲିଟର ପିଛା ୧୦ ପଇସା ବଢି ୮୨.୫୯ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଗତ ୧୫ ଦିନ ମଧ୍ୟରେ ପେଟ୍ରୋଲ ୧୩ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ମୋଟ ୧.୫୬ ଟଙ୍କା ବଢିଲାଣି। ବର୍ତ୍ତମାନ କରୋନା ମହାମାରୀ ଯୋଗୁ ଖାଉଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ତେଲ ଦର ବୃଦ୍ଧି ଲୋକଙ୍କ ଲାଗି ସମସ୍ୟା ସୃଷ୍ଟି କରିଛି। ଭୁବନେଶ୍ୱରର ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀଠାରୁ ଉଚ୍ଚରେ ରହିଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ୯ ପଇସା ଉଚ୍ଚରେ ରହି ରେକର୍ଡ ୮୨.୦୩ ଟଙ୍କାକୁ ବୃଦ୍ଧି ଘଟିଛି। ମେଟ୍ରୋ ସହରଗୁଡିକରେ ପେଟ୍ରୋଲ ଦର ୯ରୁ ୧୦ ପଇସା ବଢିଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ଅପରପକ୍ଷରେ ଚେନ୍ନାଇରେ ପେଟ୍ରୋଲ ୯ ପଇସା ବଢି ୮୫ ଟଙ୍କା, କୋଲ୍‌କାତାରେ ୯ ପଇସା ଉଚ୍ଚରେ ରହି ୮୩.୫୨ ଟଙ୍କା ଏବଂ ମୁମ୍ବାଇରେ୧୦ ପଇସା ବୃଦ୍ଧି ପାଇ ୮୮.୬୮ ଟଙ୍କା ଛୁଇଁଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଥିବା ଇଣ୍ଡିଆନ ଅଏଲ୍‌ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri