ପୁଣି ୧୦ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୩୧।୮: ଚଳିତ ମାସ ପେଟ୍ରୋଲ ଦର ବୃଦ୍ଧିରେ ବିରତି ଲାଗି ପାରୁନାହିଁ। ଭୁବନେଶ୍ୱରରେ ରବିବାର ପେଟ୍ରୋଲ ଲିଟର ପିଛା ୧୦ ପଇସା ବଢି ୮୨.୫୯ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ଅପରିବର୍ତ୍ତିତ ୮୦.୦୩ ଟଙ୍କା ରହିଛି। ଗତ ୧୫ ଦିନ ମଧ୍ୟରେ ପେଟ୍ରୋଲ ୧୩ ଥର ବଢିଛି। ଏହି ସମୟ ମଧ୍ୟରେ ପେଟ୍ରୋଲ ମୋଟ ୧.୫୬ ଟଙ୍କା ବଢିଲାଣି। ବର୍ତ୍ତମାନ କରୋନା ମହାମାରୀ ଯୋଗୁ ଖାଉଟି ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ତେଲ ଦର ବୃଦ୍ଧି ଲୋକଙ୍କ ଲାଗି ସମସ୍ୟା ସୃଷ୍ଟି କରିଛି। ଭୁବନେଶ୍ୱରର ପେଟ୍ରୋଲ ଓ ଡିଜେଲ ଦର ଦିଲ୍ଲୀଠାରୁ ଉଚ୍ଚରେ ରହିଛି। ସେହିଭଳି ନୂଆଦିଲ୍ଲୀରେ ପେଟ୍ରୋଲ ୯ ପଇସା ଉଚ୍ଚରେ ରହି ରେକର୍ଡ ୮୨.୦୩ ଟଙ୍କାକୁ ବୃଦ୍ଧି ଘଟିଛି। ମେଟ୍ରୋ ସହରଗୁଡିକରେ ପେଟ୍ରୋଲ ଦର ୯ରୁ ୧୦ ପଇସା ବଢିଥିବା ତୈଳ ବିପଣନ କମ୍ପାନୀଗୁଡିକ ସୂଚନା ଦେଇଛନ୍ତି। ଅପରପକ୍ଷରେ ଚେନ୍ନାଇରେ ପେଟ୍ରୋଲ ୯ ପଇସା ବଢି ୮୫ ଟଙ୍କା, କୋଲ୍‌କାତାରେ ୯ ପଇସା ଉଚ୍ଚରେ ରହି ୮୩.୫୨ ଟଙ୍କା ଏବଂ ମୁମ୍ବାଇରେ୧୦ ପଇସା ବୃଦ୍ଧି ପାଇ ୮୮.୬୮ ଟଙ୍କା ଛୁଇଁଛି। ଏହି ସହରଗୁଡିକରେ ଡିଜେଲ ଦର ଯଥାକ୍ରମେ ୭୩.୫୬ ଟଙ୍କା, ୭୮.୮୬ ଟଙ୍କା, ୭୭.୦୬ ଟଙ୍କା ଏବଂ ୮୦.୧୧ ଟଙ୍କା ରହିଥିବା ଇଣ୍ଡିଆନ ଅଏଲ୍‌ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?